05/01/2020
କଟକ 📍
Chief Reporte & Editor/- Srinibash Rout
ଶପଥ ନେଲେ ମୁଖ୍ୟ ବିଚାରପତି ଜଷ୍ଟିସ୍ ଏସ. ମୁରଲୀଧର । ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ସୋମବାର ( ୦୪/୦୧/୨୦୨୧ ) ବିଧିବଦ୍ଧ ଭାବେ ନେଲେ ଶପଥ । ରାଜଭବନରେ ଶପଥ ପାଠ କରାଇଲେ ରାଜ୍ୟପାଳ ।
ଶପଥ ଉତ୍ସବରେ ଆଇନମନ୍ତ୍ରୀ , ବିରୋଧୀଦଳ ନେତା ଉପସ୍ଥିତ ଥିଲେ। ଏଥିସହିତ ମୁଖ୍ୟ ଶାସନ ସଚିବ ଓ ପୋଲିସ ମହାନିର୍ଦ୍ଦେଶକ ମଧ୍ୟ ଉପସ୍ଥିତ ଥିଲେ । ୩୨ତମ ମୁଖ୍ୟ ବିଚାରପତି ଭାବେ ନେଲେ ଶପଥ
୧୯୬୧ ମସିହାରେ ଜନ୍ମଗ୍ରହଣ କରିଥିବା ଜଷ୍ଟିସ ଏସ୍. ମୁରଲୀଧର ପୂର୍ବରୁ ପଞ୍ଜାବ ଓ ହରିଆଣା ହାଇକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରିଥିଲେ। ୨୦୦୬ ମସିହାରେ ଦିଲ୍ଲୀ ହାଇକୋର୍ଟର ବିଚାରପତି ଭାବେ ଦାୟିତ୍ୱ ନେଇଥିଲେ। ପଞ୍ଜାବ ଓ ହରିଆଣା ହାଇକୋର୍ଟର ବିଚାରପତି ଥିବା ବେଳେ ଜଷ୍ଟିସ ଏସ୍. ମୁରଲୀଧର ବହୁ ଗୁରୁତ୍ୱପୂର୍ଣ୍ଣ ମାମଲାର ରାୟ ଦେଇଛନ୍ତି।
WWW.SOCIALNEWSODIA.INFO
0 Comments