Advertisement

ଏହି ଚ୍ୟାନେଲଟି ଭାରତ ସରକାରଙ୍କ ଉଦ୍ୟମ ଆଧାର ପଞ୍ଜିକୃତ ହୋଇଛି - UDYAM-OD-17-0002856

୧୧ ହଜାର ୮୩୧ ନୂଆ ଆକ୍ରାନ୍ତ ଚିହ୍ନଟ ; ସକ୍ରିୟ ଆକ୍ରାନ୍ତ ହାର ୧.୩୭% /କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି

 


08/02/2021


ନୂଆଦିଲ୍ଲୀ 📍


Editor by/- srinibash Rout

ଦେଶରେ କରୋନା ଆରୋଗ୍ୟ ହାର ୯୭.୨୦ ପ୍ରତିଶତକୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୧ ହଜାର ୯୦୪ ଜଣ ସୁସ୍ଥ ହେବା ପରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧ କୋଟି ୫ ଲକ୍ଷ ୩୪ ହଜାର ୫୦୫ କୁ ବୃଦ୍ଧି ପାଇଛି । ସେହିପରି ଦେଶରେ ଦିନକରେ ଆଉ ୧୧ ହଜାର ୮୩୧ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୮ ଲକ୍ଷ ୩୮ ହଜାର ୧୯୪କୁ ବୃଦ୍ଧି ପାଇଛି । ଦେଶରେ ଚିକିତ୍ସାଧୀନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ଲକ୍ଷ ୪୮ ହଜାର ୬୦୯ ରହିଛି। ମୋଟ ଆକ୍ରାନ୍ତଙ୍କ ତୁଳନାରେ ସକ୍ରିୟ ଆକ୍ରାନ୍ତ ହାର ୧.୩୭ ପ୍ରତିଶତକୁ ହ୍ରାସ ପାଇଛି।


*ସେହିପରି ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୮୪ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବାବେଳେ ମୋଟ କୋରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୫ ହଜାର ୮୦ରେ ପହଞ୍ଚିଛି। ଦେଶରେ କରୋନା ଜନିତ ମୃତ୍ୟୁ ହାର ୧.୪୩ ପ୍ରତିଶତ ରହିଛି ।ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୫ ଲକ୍ଷ ୩୨ ହଜାର ୨୩୬ଟି କୋଭିଡ ନମୂନା ପାରକ୍ଷା କରାଯାଇଥିବା ବେଳେ ଦେଶରେ ମୋଟ ୨୦ କୋଟି ୧୯ ଲକ୍ଷ ୬୧୪ନମୂନା ପାରକ୍ଷା କରାଯାଇଛି।


Socialnewsodia.info

Post a Comment

0 Comments