Advertisement

ଏହି ଚ୍ୟାନେଲଟି ଭାରତ ସରକାରଙ୍କ ଉଦ୍ୟମ ଆଧାର ପଞ୍ଜିକୃତ ହୋଇଛି - UDYAM-OD-17-0002856

ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଉଚ୍ଚଶିକ୍ଷାରେ ସଂରକ୍ଷଣ ପାଇଁ ସଙ୍କଳ୍ପ ପାରିତ ; ଓଡିଶା ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ମାନ୍ୟବର ଜଷ୍ଟିସ୍‌ ଡଃ ଏ.କେ. ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚ କ୍ଷମତାପନ୍ନ କମିଟି ଗଠନ କରାଯାଇଥିଲା



25/03/2021


🌍


Editor by/- Srinibash Rout

ଏହି ଉଚ୍ଚକ୍ଷମତାପନ୍ନ କମିଟି ନିମ୍ନୋକ୍ତ  ସୁପାରିଶ ପ୍ରଦାନ କରିଛନ୍ତି।


1. ରାଜ୍ୟର ସରକାରୀ ହାଇସ୍କୁଲ ମାନଙ୍କରେ ପାଠ ପଢୁଥିବା ଛାତ୍ରଛାତ୍ରୀ ମାନଙ୍କ ପାଇଁ ଡାକ୍ତରୀ ଓ ଇଞ୍ଜିନିୟରିଂ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ୧୫ ପ୍ରତିଶତ ସ୍ଥାନ ସଂରକ୍ଷିତ ରହିବ ।

2. 2. ଏହି ସଂରକ୍ଷଣ ସୁବିଧା ସମସ୍ତ ସଂରକ୍ଷିତ ବର୍ଗ ତଥା ସାଧାରଣ ବର୍ଗର ପିଲାଙ୍କ ସ୍ଥାନ ସମେତ ସବୁ ସ୍ତରରେ ସମାନୁପାତିକ ଭାବେ ଲାଗୁ କରାଯିବ।

3. 3. ଏହାକୁ କାର୍ଯ୍ୟକାରୀ କରିବା ପାଇଁ ସରକାର ଓଡିଶା ପ୍ରଫେସନାଲ ଏଜୁକେସନାଲ ଇନଷ୍ଟିଚ୍ୟୁସନ୍‌ସ ( ରେଗୁଲେସନ ଅଫ ଆଡ୍‌ମିଶନ ଆଣ୍ଡ ଫିକ୍‌ସେସନ୍‌ ଅଫ ଫି) ଆକ୍ଟ, ୨୦୦୭ର ଧାରା ୯ ଅନୁଯାୟୀ ବିଜ୍ଞପ୍ତି ଜାରି କରିପାରିବେ।



www. socialnewsodia.info

Post a Comment

0 Comments