Advertisement

ଏହି ଚ୍ୟାନେଲଟି ଭାରତ ସରକାରଙ୍କ ଉଦ୍ୟମ ଆଧାର ପଞ୍ଜିକୃତ ହୋଇଛି - UDYAM-OD-17-0002856

ପ୍ଲାଷ୍ଟିକ ପାର୍କ ପ୍ରତିଷ୍ଠା ହେବ ୧୦୬ କୋଟି ଟଙ୍କା ବିନିଯୋଗରେ ; ଅର୍ଥନୈତିକ ବିକାଶ ସହ ନିଯୁକ୍ତି ସୁଯୋଗ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 🎓

 





09/03/2021


ପାରାଦ୍ଵୀପ 📌


Editor by/- Srinibash Rout

ପାରାଦୀପରେ ପ୍ରତିଷ୍ଠା ହେବ ଅତ୍ୟାଧୁନିକ ପ୍ଲାଷ୍ଟିକ୍ ପାର୍କ । ଏନେଇ ମଙ୍ଗଳବାର (୦୯/୦୩/୨୦୨୧) ଇଣ୍ଡିଆନ ଅଏଲ୍ ଓ ଇଡକୋ ମଧ୍ୟରେ ଏମଓୟୁ ସ୍ୱାକ୍ଷର ହୋଇଛି । ଏନେଇ ଆୟୋଜିତ ଭର୍ଚୁଆଲ କାର୍ଯ୍ୟକ୍ରମରେ 🎓ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ଥିଲେ । ୧୦୬ କୋଟି ଟଙ୍କା ବିନିଯୋଗରେ ୧୨୦ ଏକର ଜମିରେ ଏହି ଅତ୍ୟାଧୁନିକ ପ୍ଲାଷ୍ଟିକ୍ ପାର୍କ ନିର୍ମାଣ ହେବ ।

ଏହି ପ୍ଲାଷ୍ଟିକ୍ ପାର୍କ କାର୍ଯ୍ୟକ୍ଷମ ହେଲେ ଓଡ଼ିଶାର ସାମାଜିକ ଓ ଅର୍ଥନୈତିକ ବିକାଶ ସହ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ । ଏବେ ପ୍ଲାଷ୍ଟିକ ପାର୍କ ହେଲେ ପ୍ଲାଷ୍ଟିକ ଆମଦାନି ବହୁମାତ୍ରାରେ କମିବ । ବିଶେଷ କରି ଏଠାରେ ସିମେଣ୍ଟ ବ୍ୟାଗ ଅନ୍ୟାନ୍ୟ ଘରୋଇ ପ୍ଲାଷ୍ଟିକ ସାମଗ୍ରୀ ସହିତ ଟେକ୍ସଟାଇଲ ଶିଳ୍ପ ମଧ୍ୟ ଗଢ଼ି ଉଠିବ ।


ଆଇଓସିଏଲ-ଇଡକୋ ମଧ୍ୟରେ ପାରାଦୀପରେ ପ୍ଲାଷ୍ଟିକ ପାର୍କ ସ୍ଥାପନ ନେଇ ଏମଓୟୁ ସ୍ୱାକ୍ଷର ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖୁସିବ୍ୟକ୍ତ କରିଛନ୍ତି । ପାରାଦୀପ ପ୍ଲାଷ୍ଟିକ ପାର୍କ ଲାଗି ରାଜ୍ୟ ସରକାର ସମସ୍ତ ସହଯୋଗ ଯୋଗାଇ ଦେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଆଇସିଓଏଲର ପେଟ୍ରୋଲିୟମ ଓ ପେଟ୍ରୋ କେମିକାଲ୍ ପ୍ରକଳ୍ପ ଲାଗି ସମସ୍ତ ସହଯୋଗ ରାଜ୍ୟ ଯୋଗାଇ ଦିଆଯିବ । ଡାଉନ୍ ଷ୍ଟ୍ରିମ୍ ପଲିମରକୁ ପାରାଦୀପ ପ୍ଲାଷ୍ଟିକ ପାର୍କ ଭଲ ସାହାଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 🎓କହିଛନ୍ତି । 



socialnewsodia.info

Post a Comment

0 Comments