।
08/03/2021
Editor by/- Srinibash Rout
୨୦୦୧ ମାର୍ଚ୍ଚ ୮ ତାରିଖରେ ଲାଗିଥିବା ଗୋଟିଏ ଚାରା ଆଜି ଏକ ବିରାଟ ଗଛରେ ପରିଣତ ହୋଇଛି। ୮୦ ଲକ୍ଷ ମାଆମାନଙ୍କ ପାଇଁ ଆଶାର ବୃକ୍ଷ ହୋଇଯାଇଛି। ଏହି ଗଛର ପ୍ରତିଟି ପତ୍ରରେ ରହିଛି ଗୋଟିଏ ଗୋଟିଏ ସଫଳ କାହାଣୀ। ସେହି କାହାଣୀ ହେଉଛି ଆମର ମିଶନ ଶକ୍ତି। ସୋମବାର (୦୮/୦୩/୨୦୨୧) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନସିଂ ଜରିଆରେ ରାଜ୍ୟସ୍ତରୀୟ ବିଶ୍ଵ ମହିଳା ଦିବସ ପାଳନ ଅବସରରେ ଏହା କହିଛନ୍ତି।
ମିଶନ ଶକ୍ତିର ଏ ସଫଳତା ଅଧିକରୁ ଅଧିକ ମାଆମାନଙ୍କୁ ପ୍ରେରଣା ଦେବ ଏବଂ ମିଶନ ଶକ୍ତି ଖୁବଶୀଘ୍ର ଏକ କୋଟି ମହିଳାଙ୍କର ଏକ ବିରାଟ ଆନ୍ଦୋଳନରେ ପରିଣତ ହେବ ବୋଲି ମୁଖ୍ୟମନ୍ତ୍ରୀ ଦୃଢୋକ୍ତି ପ୍ରକାଶ କରିଥିଲେ। ଓଡିଶାର ଘରେ ଘରେ ସଶକ୍ତ ଓଡିଶାର ବାର୍ତ୍ତା ଦେବ। ମିଶନ ଶକ୍ତି ସ୍ଵତନ୍ତ୍ର ବିଭାଗ ନିଷ୍ପତ୍ତି ବିଷୟ ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାକୁ ମାଆମାନେ ଖୁବ ସ୍ଵାଗତ କରିଛନ୍ତି। ସେ କହିଥିଲେ ଯେ, ମିଶନ ଶକ୍ତି ଏକ ବଡ ସାମାଜିକ ଓ ଅର୍ଥନୈତିକ ଆନ୍ଦୋଳନରେ ପରିଣତ ହୋଇଛି। ଗାଁ ଅର୍ଥନୀତିକୁ ଚଳଚଞ୍ଚଳ କରିପାରିଛି। ମିଶନ ଶକ୍ତି କେବଳ ଦେଶରେ ନୁହେଁ ସାରା ବିଶ୍ବରେ ସବୁଠାରୁ ବଡ ଆନ୍ଦୋଳନରେ ପରିଣତ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, Covid-19 🦠 ଆହ୍ଵାନ ମୂଳକ ସମୟରେ ମାଆମାନେ ହିଁ ସରକାରଙ୍କ ମୁଖ୍ୟ ସହଯୋଗୀ ହୋଇ Covid-19 🦠 ମୁକାବିଲାରେ ଅଗ୍ରଣୀ ଭୂମିକା ଗ୍ରହଣ କରିଥିଲେ। ମିଶନ ଶକ୍ତିର ମାଆମାନଙ୍କ ଠାରୁ ଆରମ୍ଭ କରି ଅଙ୍ଗନବାଡି, ଆଶା କର୍ମୀ, ସ୍ୱାସ୍ଥ୍ୟ କର୍ମୀ ଆଦି ସବୁ ମାଆମାନେ ସବୁଠାରୁ ବେଶୀ ଦାୟିତ୍ଵର ସହ କାମ କରିଛନ୍ତି। ପରିବାରକୁ ସଚେତନ ମଧ୍ୟ କରିଛନ୍ତି। ସେଥିପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କ ପକ୍ଷରୁ ସେମାନଙ୍କୁ ଧନ୍ୟବାଦ ଦେଇଥିଲେ।
Socialnewsodia.info
0 Comments