23/03/2021
ଭୁବନେଶ୍ୱର 📌
Editor by/- Srinibash Rout
ରାଜ୍ୟ ସରକାର ନବୀନ ପଟ୍ଟନାୟକ 🎓 ସବୁବେଳେ ସବୁସମୟରେ କହିଆସିଛନ୍ତି ଏବଂ କରିଆସୁଛନ୍ତି ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ଶୂନ୍ୟ ସହିଷ୍ଣୁତା କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯାଉଛି ଏବଂ ଆଗକୁ ଆହୁରି କରାଯିବ । ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାର ସୋମବାର (୨୨/୦୩/୨୦୨୧) ୪ ଜଣ ଅଧିକାରୀଙ୍କ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଦୁଇ ଜଣଙ୍କୁ ଚାକିରୀରୁ ବରଖାସ୍ତ କରାଯାଇଥିବା ବେଳେ, ଆଉ ଦୁଇ ଜଣଙ୍କର ପେନସନ ସଂକ୍ରାନ୍ତୀୟ ସୁବିଧାକୁ ସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି।( ୧ )ବର୍ତ୍ତମାନ ମୟୁରଭଂଜ ଜିଲ୍ଲାର ଖୁଣ୍ଟା ଜିଲ୍ଲାରେ କାର୍ଯ୍ୟରତ ତଥା ବଲାଙ୍ଗୀରର ଟିଟିଲାଗଡ ବ୍ଲକ୍ର ପୂର୍ବତନ SEO ବଳରାମ ସୁନା ଏବଂ ମହିଳା ଓ ଶିଶୁବିକାଶ ବିଭାଗର ଅନୁଗୋଳ ଜିଲ୍ଲା ଆଠମଲ୍ଲିକରେ କାର୍ଯ୍ୟରତ ଷ୍ଟାଟିଷ୍ଟିକ୍ସ ଆସିସଷ୍ଟାଣ୍ଟ ବସନ୍ତ କୁମାର ସାହୁଙ୍କୁ ଦୁର୍ନୀତି ଅଭିଯୋଗରେ ଚାକିରୀରୁ ବରଖାସ୍ତ କରାଯାଇଛି।( ୨ )ସେହିପରି ଭୁବନେଶ୍ବର BEDର ex-DGM Electrical ଦାମୋଦର ଦାସ ଏବଂ ଅବସରପ୍ରାପ୍ତ ପୋଲିସ ଏ.ଏସ୍.ଆଇ ଶ୍ରୀ ଏମ୍. ଜଗନ୍ନାଥ ରାଓଙ୍କର ପେନ୍ସନ ଏବଂ ପେନ୍ସନଜନିତ ସୁବିଧାକୁ ସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି ।
ସାଧାରଣ ଜୀବନରେ ସାଧୁତା ଓ ନୈତିକତା ବଜାୟ ରଖିବା ସହ ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 🎓
www. socialnewsodia.info
0 Comments