Advertisement

ଏହି ଚ୍ୟାନେଲଟି ଭାରତ ସରକାରଙ୍କ ଉଦ୍ୟମ ଆଧାର ପଞ୍ଜିକୃତ ହୋଇଛି - UDYAM-OD-17-0002856

ଗ୍ରାମାଞ୍ଚଳରେ ୧୭ ହଜାର କୋଟି ଟଙ୍କାର ୮୯ଟି ବୃହତ💧 ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ୨୦୨୨ ସୁଦ୍ଧା ସହରାଞ୍ଚଳର ସବୁ ପରିବାରକୁ ପାଇପ🚰 ଜଳ(Drinking Water Supply)ଯୋଗାଇବାର ଲକ୍ଷ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ

  


26/03/2021


🌍


Editor by/- Srinibash Rout

ନିୟମିତ ପାନୀୟ ଜଳ ସମସ୍ୟା ଦେଖା ଯାଉଛି । ଏହି ପରିପ୍ରେକ୍ଷିରେ ରାଜ୍ୟ ସରକାର ନବୀନ ପଟ୍ଟନାୟକ 🎓 ଗୁରୁବାର (୨୫/୦୩/୨୦୨୧) ଭିଡିଓ କନଫରେନ୍ସ ଜରିଆରେ ରାଜ୍ୟର ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳର ପାନୀୟ ଜଳ ଯୋଗାଣ ସଂପର୍କରେ ସମୀକ୍ଷା କରିଛନ୍ତି । ରାଜ୍ୟର ସମସ୍ତ ଗ୍ରାମପଞ୍ଚାୟତ ଓ ପୌରାଞ୍ଚଳ ପାନୀୟ ଜଳଯୋଗାଣରେ ଅବହେଳା କରୁଥିବା ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଚଳିତ ବର୍ଷ ଖୁବ ଶୀଘ୍ର ଗ୍ରୀଷ୍ମ ଋତୂ ଆସିଥିବାରୁ ଏବଂ ଏବର୍ଷ ପୂର୍ବାପେକ୍ଷା ଅଧିକ ଗରମ ହେବାର ସମ୍ଭାବନା ଥିବାରୁ ଆମକୁ ପୂର୍ବ ବର୍ଷ ଗୁଡିକ ଅପେକ୍ଷା ଅଧିକ ପ୍ରସ୍ତୁତି କରିବାକୁ ପଡିବ। ନିୟମିତ ପାନୀୟ ଜଳ ସମସ୍ୟା ଥିବା ହଟ୍‌ସ୍ପଟ୍‌ ଅଞ୍ଚଳ ଗୁଡିକୁ ଚିହ୍ନଟ କରି ତୁରନ୍ତ ପ୍ରତିକାରମୂଳକ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଲୋକଙ୍କ ଅଭିଯୋଗର ଶୁଣାଣି ପାଇଁ ଏକ ତ୍ରୁଟିଶୂନ୍ୟ ଅଭିଯୋଗ ଶୁଣାଣି ବ୍ୟବସ୍ଥା ସହିତ ବୈଷୟିକ ଜ୍ଞାନସଂପନ୍ନ ତଦାରଖ ବ୍ୟବସ୍ଥା କାର୍ଯ୍ୟକାରୀ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।




ଲୋକଙ୍କୁ ଉତ୍ତମମାନର ପାନୀୟ ଜଳ ଯୋଗାଇଦେବା ହେଉଛି ରାଜ୍ୟ ସରକାରଙ୍କର ପ୍ରାଥମିକତା ଏବଂ ଖରାଦିନେ ଏହାରା ଗୁରୁତ୍ୱ ବହୁତ ଅଧିକ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।



www. socialnewsodia.info

Post a Comment

0 Comments