15/04/2021
🌍
Editor by/- Srinibash Rout
ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ବର୍ଷାର ସମ୍ଭାବନା ରହିଛି। ଶୁକ୍ରବାର (୧୫/୦୪/୨୦୨୧) ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସତର୍କ ସୂଚନା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କେତେକ ସ୍ଥାନରେ ୩୦ରୁ ୪୦ କିମି ବେଗରେ ପବନ ସହ ବଜ୍ରପାତ ହେବା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି। ପାଣିପାଗ କେନ୍ଦ୍ରର ମୁଖ୍ୟ ଏଚ ଆର ବିଶ୍ୱାସ କହିଛନ୍ତି, ରାଜ୍ୟର ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ସୋନପୁର, ବରଗଡ, ବଲାଙ୍ଗୀର, ନୂଆପଡା, କନ୍ଧମାଳ, ନରବରଙ୍ଗପୁର, କୋରାପୁଟ ଆଦି ଜିଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହିସବୁ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସରକାରଙ୍କ ପକ୍ଷରୁ ସତର୍କ କରାଇ ଦିଆଯାଇଛି।
www . socialnewsodia.info
0 Comments