25/04/2024


ପୁରୀ 📌


EDITOR BY/- Srinibash Rout

ମେ’ ୧୫ ଯାଏ ଶ୍ରଦ୍ଧାଳୁଙ୍କ ସାଧାରଣ ଦର୍ଶନ ଉପରେ କଟକଣା। କରୋନା ଭାଇରସ ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ଉପରେ କଟକଣା ଲାଗିଛି। ଭକ୍ତଙ୍କ ଲାଗି ଦର୍ଶନ ବନ୍ଦ ରହିଲେ ବି ଦୈନିକ ନୀତିକାନ୍ତି ଚାଲୁ ରହିବ। ତେବେ ସେବାୟତମାନେ ଛତିଶା ନିଯୋଗ ବୈଠକରେ ଦର୍ଶନ ବନ୍ଦ ଲାଗି ଦାବି କରିଥିଲେ ।


ଆଗାମୀ ଦିନରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ଅନୁଷ୍ଠିତ ହେବ। ଏଣୁ ନିର୍ବିଘ୍ନରେ ନୀତିକାନ୍ତି ନିମନ୍ତେ ସେବାୟତଙ୍କ ସୁସ୍ଥତା ଲାଗି ଦର୍ଶନ ବନ୍ଦ ଲାଗି ନିଷ୍ପତ୍ତି ନିଆଯାଇଛି। ହେଲେ ରଥ ନିର୍ମାଣ ପ୍ରକ୍ରିୟା ଚାଲୁ ରହିବ🛕  ପରମ୍ପରା ଅନୁସାରେ ରଥ ନିର୍ମାଣ ପ୍ରକ୍ରିୟା ଚାଲୁ ରହିବ। ସେବାୟତଙ୍କ ପାଇଁ ମାସ୍କ ଓ ସାନିଟାଇଜର ବ୍ୟବସ୍ଥା ହେବ। ଚନ୍ଦନ, ସ୍ନାନ ଓ ରଥ ଯାତ୍ରା ପାଇଁ ପର୍ଯ୍ୟାପ୍ତ ମାସ୍କ, ସାନିଟାଇଜର କିଣାଯିବ ।ଶନିବାର (୨୪/୦୪/୨୦୨୧) ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସାମାଜିକ ଗଣମାଧ୍ୟମ ଜରିଆରେ ସୂଚନା ଦିଆଯାଇଛି।



WWW.SOCIALNEWSODIA.INFO