।
27/04/2021
🌍
EDITOR BY/- Srinibash Rout
କରୋନା ସଂକଟ ସମୟରେ ଦେଶକୁ ସାହାଯ୍ୟ କରୁଛି ଓଡ଼ିଶା । ୮ ରାଜ୍ୟକୁ ଓଡ଼ିଶାରୁ ଅକ୍ସିଜେନ୍ ପଠାଯାଇଛି । ୯୦ଟି ଟ୍ୟାଙ୍କରରେ ୧୬୭୫.୭ ମେଟ୍ରିକ ଟନ୍ ଅକ୍ସିଜେନ୍ ପଠାଇଛି ଓଡ଼ିଶା । ପ୍ରତି ଅକ୍ସିଜେନ୍ ଟ୍ୟାଙ୍କରକୁ ସ୍ୱତନ୍ତ୍ର କରିଡରରେ ଓଡ଼ିଶା ପୋଲିସ ଏସକର୍ଟ କରି ନେଉଛି । ଏହାରି ମଧ୍ୟରେ ମଙ୍ଗଳବାର (୨୭/୦୪/୨୦୨୧) ରାଜ୍ୟରେ କୋଭିଡ ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ବର୍ତ୍ତମାନ ସ୍ଥିତିରେ କିଛି ବ୍ୟବସାୟୀ ସଙ୍ଗଠନ ବାଣିଜ୍ୟ ସମୟସୀମା ହ୍ରାସ କରି କୋଭିଡ ପରିଚାଳନାରେ ସହଯୋଗ କରୁଥିବାରୁ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରିଛନ୍ତି। ଏହିଭଳି ସଂଗଠନଗୁଡିକୁ କୋଭିଡ ପରିଚାଳନାରେ ଅଂଶୀଦାର କରିବାକୁ ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। କରୋନା ସଂକ୍ରମିତଙ୍କ ନିକଟରେ ଔଷଧ ଓ ଅମ୍ଳଜାନ ଠିକ ସମୟରେ ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି ।ଲୋକଙ୍କ ଜୀବନ ରକ୍ଷା ପାଇଁ ପର୍ଯ୍ୟାପ୍ତ ଔଷଧ, ଅମ୍ଳଜାନ ଠିକ ସମୟରେ ଯୋଗାଇଦେବା ସହ ଏହାର ସୁବନ୍ଦୋବସ୍ତ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। କରୋନାର ଦ୍ଵିତୀୟ ଲହରୀକୁ ପ୍ରତିହତ କରିବାକୁ କୋଭିଡ ନିୟମର କଡ଼ା ଅନୁପାଳନ ସହ ସଂକ୍ରମଣ ନିୟନ୍ତ୍ରଣ ପାଇଁ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ସମୀକ୍ଷା ପରେ କରୋନାର ଦୃଢ ମୁକାବିଲା ପାଇଁ ଯୋଜନାବଦ୍ଧ ଭାବେ କାମ କରିବାକୁ ଜିଲ୍ଲାପାଳ ଓ ଏପସିମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟ ଶାସନ ସଚିବ ଏହିସବୁ କାର୍ଯ୍ୟର ତଦାରଖ କରି ପରବର୍ତ୍ତୀ ବୈଠକରେ ଜଣାଇବେ ବୋଲି ନିର୍ଦ୍ଦେଶ ଦିଆଯାଇଛି। କୋଭିଡ ଯୁଦ୍ଧକୁ ଆହୁରି ଦୃଢ଼ କରିବାକୁ ମାସ୍କ ପରିଧାନ, ସାମାଜିକ ଦୂରତା ରକ୍ଷା ସହ ଏକ ସଚେତନ ନାଗରିକର ଦାୟିତ୍ୱ ତୁଲାଇବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ କରିଛନ୍ତି।
WWW. SOCIALNEWSODIA.INFO
0 Comments