07/05/2021


ନୂଆଦିଲ୍ଲୀ📌


EDITOR BY/- Srinibash Rout

Covid-19 ମହାମାରୀ ସହ ଦୃଢ଼ତାର ସହ ଲଢ଼ିବା ପାଇଁ ଟେଷ୍ଟିଂ ବଢ଼ାଇବା, ଜରୁରିକାଳୀନ ଔଷଧ ତଥା ଆନୁଷଙ୍ଗିକ ବ୍ୟବସ୍ଥାକୁ ସୁଦୃଢ଼ କରି ରାଜ୍ୟ ସରକାରଙ୍କୁ ସହଯୋଗ କରିବା ତଥା ମିଳିତ ଭାବେ କାର୍ଯ୍ୟ କରିବା ଦରକାର କେନ୍ଦ୍ରମନ୍ତ୍ରୀ ।କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର (୬/୦୫/୨୦୨୧) ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ବୈଠକ ଡାକି ଓଡ଼ିଶାରେ ପରିଚାଳିତ କେନ୍ଦ୍ରୀୟ ରଷ୍ଟ୍ରାୟତ ଉଦ୍ୟୋଗ(ପିଏସୟୁ) ଗୁଡ଼ିକର ମୁଖ୍ୟ, ରାଜ୍ୟ ସରକାରଙ୍କ ଅଧିକାରୀ, ସ୍ୱାସ୍ଥ୍ୟ ସଂଗଠନ, ବ୍ୟାଙ୍କି ଏବଂ ରେଳ କ୍ଷେତ୍ରର ପ୍ରମୁଖ ଅଧିକାରୀଙ୍କ ସହ ଓଡ଼ିଶାରେ Covid-19 ପରିଚାଳନା ପ୍ରସ୍ତୁତି ଏବଂ ସ୍ୱାସ୍ଥ୍ୟ ଭିତିଭୂମି ଉପରେ ସମୀକ୍ଷା କରିବା ସହ ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି । Covid-19 ଟେଷ୍ଟିଂ ବଢ଼ାଇବା, ଜରୁରିକାଳୀନ ଔଷଧ ତଥା ଆନୁଷଙ୍ଗିକ ବ୍ୟବସ୍ଥାକୁ ସୁଦୃଢ଼ କରି ରାଜ୍ୟ ସରକାରଙ୍କୁ ସହଯୋଗ କରିବା ତଥା ମିଳିତ ଭାବେ କାର୍ଯ୍ୟ କରିବା ଦିଗରେ ମଧ୍ୟ ଆଲୋଚନା କରିଥିଲେ। ଓଡ଼ିଶାରେ ପରିଚାଳିତ ପିଏସୟୁ, କେନ୍ଦ୍ର ସ୍ୱାସ୍ଥ୍ୟ ଅନୁଷ୍ଠାନ, ବ୍ୟାଙ୍କି କ୍ଷେତ୍ର ତଥା କର୍ପୋରେଟ୍ ସେକ୍ଟର ଏହି ମାହାମାରୀରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରି ଆବଶ୍ୟକତା ଅନୁଯାୟୀ ସ୍ୱାସ୍ଥ୍ୟ ଭିତିଭୂମି ତିଆରି କରିବା ଦରକାର । ଓଡ଼ିଶାରେ ସ୍ୱାସ୍ଥ୍ୟ ଭିତିଭୂମିକୁ ସୁଦୃଢ଼ କରିବା, ଆଇସୋଲେସନ ବେଡର କ୍ଷମତା ବୃଦ୍ଧି କରିବା ସହ ଆଇସିୟୁ ଏବଂ ଅକ୍ସିଜେନ ସଂଯୁକ୍ତ ବେଡକୁ ବୃଦ୍ଧି କରିବା ଦିଗରେ ସମସ୍ତେ ମିଳିତ ଭାବେ ପଦକ୍ଷେପ ନେବା ସହ ସରକାରଙ୍କ ସହ ସମନ୍ୱୟ ରକ୍ଷା କରିବା ଦରକାର ।ଓଡ଼ିଶାର ସ୍ୱାସ୍ଥ୍ୟସେବାକୁ ବିକଶିତ କରିବା ପାଇଁ ସମସ୍ତଙ୍କ ସହଯୋଗ ଜରୁରୀ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।



WWW. SOCIALNEWSODIA.INFO