28/05/2021


📌


EDITOR BY/- Srinibash Rout

ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡାରେ ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ଅର୍ଥାତ୍ ଗୁରୁବାର (୨୭/୦୫/୨୦୨୧) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ SIR ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡାରେ ବାତ୍ୟା ପ୍ରଭାବିତ ଅଞ୍ଚଳରେ ପ୍ରାୟ ୧ ଘଣ୍ଟା ଧରି ବୁଲି ଦେଖିଲେ । ୧୨ଟା ୧୫ମିନିଟ୍ ରେ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ହେଲିକାପ୍ଟରରେ ବାହାରି ବାତ୍ୟା ‘ୟାସ୍’ ପ୍ରଭାବରେ କ୍ଷତିଗ୍ରସ୍ତ ଜିଲ୍ଲାଗୁଡିକର କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି ।ଏହା ପୂର୍ବରୁ ଗତକାଲି ବୁଧବାର (୨୬/୦୫/୨୦୨୧) ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ । ବାତ୍ୟା ପ୍ରଭାବିତ ୧୨୮ଟି ଗାଁର ସମସ୍ତ ପରିବାରକୁ ୭ ଦିନ ରିଲିଫ୍ ଦିଆଯିବ ବୋଲି ଘୋଷଣା କରିଥିଲେ ।ସେହିପରି ବାତ୍ୟାରେ କ୍ଷତିଗସ୍ତ ହୋଇଥିବା ପ୍ରମୁଖ ରାସ୍ତାଗୁଡ଼ିକୁ ୨୪ ଘଣ୍ଟା ମଧ୍ୟରେ ମରାମତି କରାଯିବ ଏବଂ ପ୍ରଭାବିତ ଜିଲ୍ଲାରେ ୮୦ ପ୍ରତିଶତ ବିଦ୍ୟୁତ ଯୋଗାଣକୁ ସ୍ୱାଭାବିକ କରାଯିବ।



WWW.SOCIALNEWSODIA.INFO