ସୋପିଆନ/ଜାମ୍ମୁ କାଶ୍ମୀର📌


EDITOR BY/- Srinibash Rout

ଏନକାଉଣ୍ଟରରେ ୩ ଜଣ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଜଣେ ଆତଙ୍କବାଦୀ ଆତ୍ମସମର୍ପଣ କରିଛି। ଆତ୍ମସମର୍ପଣ କରିଥିବା ମାଓବାଦୀ ଜଣକ ତୌସିଫ ଅହମଦ ବୋଲି ଜଣା ପଡିଛି। ସେନା ପକ୍ଷରୁ ସ୍ଥାନୀୟ ଅଞ୍ଚଳରେ ଏବେ ସର୍ଚ୍ଚ ଅପରେଶନ ଜାରି ରହିଛି। ସୋପିଆନ ଜିଲ୍ଲାରେ କନିଗାମରେ ଅଲ-ବଦରର ୪ ଜଣ ଆତଙ୍କବାଦୀ ଲୁଚି ରହିଥିବା ସୁରକ୍ଷାକର୍ମୀଙ୍କୁ ଗୁଇନ୍ଦା ସୂତ୍ରରୁ ଖବର ମିଳିଥିଲା। ଏହାପରେ ସୁରକ୍ଷାକର୍ମୀ ପକ୍ଷରୁ ସେମାନଙ୍କୁ ଆତ୍ମସମର୍ପଣ କରିବାକୁ କୁହାଯାଇଥିଲା। ଆତଙ୍କବାଦୀମାନେ ଆତ୍ମସମର୍ପଣ କରିବାକୁ ମନା କରିବା ସହ ସୁରକ୍ଷାକର୍ମୀଙ୍କ ଉପରକୁ ଅତର୍କିତ ଗୁଳି ଚଳାଇଥିଲେ। ସୁରକ୍ଷାକର୍ମୀ ଏହାର ପ୍ରତି ଜବାବ ଦେଇଥିଲା। ସୁରକ୍ଷାକର୍ମୀଙ୍କ ପାଲଟା ଗୁଳି ଚାଳନାରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି ବୋଲି କାଶ୍ମୀର ପୋଲିସ ସୂଚନା ଦେଇଛନ୍ତି ।ଜାମ୍ମୁ କାଶ୍ମୀରର ସୋପିଆନ୍ ଜିଲ୍ଲାରେ ଗୁରୁବାର (୦୫/୦୫/୨୦୨୧) ଦିନ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା ବେଳେ ତିନି ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଘଟଣାସ୍ଥଳରୁ ବିପୁଳ ପରିମାଣରେ ବନ୍ଧୁକ, ଗୁଳି ଓ ଅନ୍ୟାନ୍ୟ ସାମଗ୍ରୀ ଜବତ ହୋଇଛି। ପୂର୍ବରୁ ସୂଚନା ପାଇ ଗ୍ରାମକୁ ସୁରକ୍ଷାକର୍ମୀ ମାନେ ଘେରି ରହି ଏହି ସଫଳତା ପାଇଛନ୍ତି ।




WWW.SOCIALNEWSODIA.INFO