03/05/2021


ଭୁବନେଶ୍ୱର 📌


EDITOR BY/- Srinibash Rout

ଦୁର୍ନୀତି ଅଭିଯୋଗରେ ଚାକିରିରୁ ବିଦା ହେବେ ।୧୯୮୭ ବ୍ୟାଚ୍ ଆଇଏଫଏସ୍ ଅଫିସର ଅଭୟ ପାଠକ ।ଏନେଇ ନିର୍ଦ୍ଦେଶନାମା ଜାରି ହୋଇଛି ।ତାଙ୍କୁ ବାଧ୍ୟତାମୂଳକ ଅବସର ଦେବାକୁ ରାଜ୍ୟ ସରକାର କରିଥିବା ସୁପାରିଶ ଉପରେ ମୋହର ମାରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ ।ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଓ ଦୁର୍ନୀତି ଅଭିଯୋଗରେ ଗତବର୍ଷ ନଭେମ୍ବର ମାସରେ ଗିରଫ ହୋଇଥିଲେ ଅଭୟ ପାଠକ । ୯ କୋଟିରୁ ଅଧିକ ଟଙ୍କା ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସେ ଗିରଫ ହୋଇଥିଲେ । ଏହାପରେ ତାଙ୍କୁ ଚାକିରିରୁ ନିଲମ୍ବନ କରିଥିଲେ ରାଜ୍ୟ ସରକାର । ତାଙ୍କ ପୁଅ ଆକାଶଙ୍କୁ ମଧ୍ୟ ଠକେଇ ଅଭିଯୋଗରେ ଗିରଫ କରାଯାଇଛି ଉଭୟ ପାଠକ ବାପ ପୁଅ ଏବେ ଜେଲରେ ଅଛନ୍ତି। ବାପା-ପୁଅଙ୍କ ନାଁରେ ରୁଜୁ ହୋଇଥିଲା ଦୁର୍ନୀତି ସହ ଠକେଇ ମାମଲା । ଚାକିରି ନାଁରେ ଠକେଇ ଲିଙ୍କରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ବି ବନ୍ଧା ହୋଇଛନ୍ତି । ଦୁର୍ନୀତି ବିରୋଧରେ ସବୁବେଳେ ରାଜ୍ୟ ସରକାର ଜିରୋ ଟଲେରାନ୍ସ ନୀତି ଆପଣାଇଛନ୍ତି ।



WWW. SOCIALNEWSODIA.INFO