26/05/2021
📌
EDITOR BY/- Srinibash Rout
ଓଡିଶାରେ ୮ଲକ୍ଷରୁ ଉର୍ଦ୍ଧ୍ବ ଲୋକଙ୍କୁ ମିଳିବ ପକକା ଘର। ଏହାକୁ ମିଶାଇ ଦେଶରେ ୬୧.୮୪ ଲକ୍ଷ ଆର୍ଥିକ ଦୁର୍ବଳ ଶ୍ରେଣୀର ହିତାଧିକାରୀଙ୍କୁ ପକ୍କା ଘର ଯୋଗାଇ ଦିଆଯିବ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ଗ୍ରାମୀଣ ବିକାଶ ମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାରଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାମାଜିକ ଗଣମାଧ୍ୟମ ଜରିଆରେ ସୂଚନା ଦେଇ କହିଛନ୍ତି Covid-19 ଭଳି କଠିନ ପରିସ୍ଥିତିରେ ମୋଦି ସରକାରଙ୍କ ଜନକଲ୍ୟାଣକାରୀ ଯୋଜନାଗୁଡିକ ଗରିବଙ୍କ ସାହାରା ହୋଇଛି। ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଜରିଆରେ ଦେଶର କୋଣ ଅନୁକୋଣରେ ଗରିବଙ୍କ ମୁଣ୍ଡ ଉପରେ ପକ୍କା ଛାତ ଦେଇ ପ୍ରଧାନମନ୍ତ୍ରୀ ମୋଦି ସେମାନଙ୍କ ଜୀବନରେ ପରିବର୍ତ୍ତନ ଆଣିବା ସହ ତାଙ୍କର ସମ୍ମାନକୁ ସୁନିଶ୍ଚିତ କରିଛନ୍ତି ବୋଲି ସୂଚନା ଦେଇଛନ୍ତି।
WWW.SOCIALNEWSODIA.INFO
0 Comments