08/05/2021
ଭୁବନେଶ୍ୱର 📌
EDITOR BY/- Srinibash Rout
ଓଡ଼ିଶା ଭବନ ଭଡା ଦେୟକୁ ସମ୍ପୂର୍ଣ୍ଣ ଛାଡ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ନଵୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ।କରୋନା ମହାମାରୀ ସମୟରେ ମୁମ୍ବାଇରେ କରୋନା ଆକ୍ରାନ୍ତଙ୍କୁ ସେବା ଯୋଗାଉଥିବା ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀମାନଙ୍କ ସଙ୍ଗରୋଧ ନିମନ୍ତେ ନଭି ମୁମ୍ବାଇ ମହାନଗର ନିଗମ ଠାରେ ଥିବା ଓଡ଼ିଶା ଭବନକୁ ୨୦୨୦ ଏପ୍ରିଲରୁ ବ୍ୟବହାର କରିଆସୁଥିଲେ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ ମାନେ। ଏହାର ଭଡ଼ା ବାବଦ ଦେୟ ଦୁଇ କୋଟି ୧୬ ହଜାର ଟଙ୍କା ଥିବା ବେଳେ , ମହାମାରୀର ଏ ବିପଦ ସମୟରେ ମାନଵିକତା ତଥା ମୁମ୍ବାଇର ଜନସାଧାରଣଙ୍କ ପ୍ରତି ସଦିଚ୍ଛାପୂର୍ଣ୍ଣ ମନୋଭାବ ପ୍ରଦର୍ଶନ ପୂର୍ବକ ଓଡ଼ିଶା ଭବନ ଭଡା ଦେୟକୁ ସମ୍ପୂର୍ଣ୍ଣ ଛାଡ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ନଵୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଗୁରୁତର କୋଭିଡ଼ ରୋଗୀଙ୍କ ଚିକିତ୍ସା ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହାରାଷ୍ଟ୍ରକୁ ଜରୁରୀକାଳୀନ ଭିତ୍ତିରେ ଗତ ପନ୍ଦର ଦିନ ହେଲା ଅକ୍ସିଜେନ ମଧ୍ୟ ଯୋଗାଉଛନ୍ତି ।
WWW. SOCIALNEWSODIA.INFO
0 Comments