10/05/2021


ଭୁବନେଶ୍ୱର 📌



EDITOR BY/- Srinibash Rout

୬୦ ଲକ୍ଷ ଟଙ୍କା ସହାୟତା ଘୋଷଣା ।ବୁଲା ଗାଈ ଗୋରୁ କୁକୁର ଆଦି ପ୍ରାଣୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ତାଙ୍କ ରିଲିଫ ପାଣ୍ଠିରୁ ପାଞ୍ଚ ମହାନଗର ନିଗମ  ୪୮ ଟି ମ୍ୟୁନିସପାଲଟି ଓ ୬୧ ଟିଏନ୍ଏ ସି ମାନଙ୍କୁ ୬୦ ଲକ୍ଷ ଟଙ୍କା ସହାୟତା ଘୋଷଣା କରିଛନ୍ତି ।କରୋନା ମହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ସାରା ରାଜ୍ୟରେ ଲକ୍ ଡାଉନ୍ ଜାରି ରହିଛି ।ଏହି ପରିପ୍ରେକ୍ଷୀରେ ବୁଲା ଗାଈ ଗୋରୁ କୁକୁର ଆଦି ପ୍ରାଣୀମାନେ ଖାଦ୍ୟ ସମସ୍ୟା ର ସମ୍ମୁଖୀନ ହେଉଛନ୍ତି ।ଏହି ଅର୍ଥରେ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ମାନଙ୍କ ଜରିଆରେ ବୁଲା ପ୍ରାଣୀମାନଙ୍କୁ ଖାଦ୍ୟ ଯୋଗାଇ ଦିଆଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।


WWW. SOCIALNEWSODIA.INFO