10/05/2021
ନୂଆଦିଲ୍ଲୀ 📌
EDITOR BY/- Srinibash Rout
ଧର୍ମେନ୍ଦ୍ର ପ୍ରଧାନ ଗତବର୍ଷ ସେପ୍ଟେମ୍ବର ୨୦ ତାରିଖରେ ସୁନ୍ଦରଗଡ ଲୋକସଭା ସାଂସଦ ଜୁଏଲ ଓରାମ, ବରଗଡ ସାଂସଦ ସୁରେଶ ପୂଜାରୀ, ଢେଙ୍କାନାଳ ସାଂସଦ ମହେଶ ସାହୁଙ୍କ ପତ୍ର ଆଧାରରେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ପତ୍ର ଲେଖିଥିଲେ। ଏହି ପତ୍ରରେ ଏମସିଏଲ୍ ଦ୍ୱାରା ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ଅନୁଗୁଳ ଜିଲ୍ଲାରେ ୩ଟି କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା କରିବା ପାଇଁ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡିଥିଲେ ।ଏହାଦ୍ୱାରା ଉକ୍ତ ଜିଲ୍ଲାର ଛାତ୍ରଛାତ୍ରୀମାନେ ବିଶେଷ ଭାବେ ଉପକୃତ ହୋଇପାରିବେ ବୋଲି ସେ ପତ୍ରରେ ଉଲ୍ଲେଖ କରିଥିଲେ ଧର୍ମେନ୍ଦ୍ର ପ୍ରଧାନ। ଏହାର ପ୍ରତ୍ୟୁତ୍ତରରେ ଶ୍ରୀ ଯୋଶୀ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କୁ ପତ୍ରଲେଖି କହିଛନ୍ତି ଯେ ସୁନ୍ଦରଗଡ଼ ଜିଲ୍ଲାର ବସୁନ୍ଧରାରେ ଗୋଟିଏ ଏବଂ ଅନୁଗୁଳ ଜିଲ୍ଲାର ଜଗନ୍ନାଥ ଏବଂ ସୁଭଦ୍ରା ଅଞ୍ଚଳରେ ଗୋଟିଏ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା କରିବା ପାଇଁ ଏମଏସିଏଲ ବୋର୍ଡ ଅନୁମୋଦନ ଦେଇଥିବା ସେ କହିଛନ୍ତି । ଏହି ଖଣିଖାଦାନ ଅଞ୍ଚଳରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ହେବା ଦ୍ୱାରା ଛାତ୍ରଛାତ୍ରୀମାନେ ବିଶେଷ ଭାବରେ ଗୁଣାତ୍ମକ ଶିକ୍ଷା ପାଇପାରିବେ ଏବଂ ସ୍ଥାନୀୟ ଲୋକଙ୍କର ଆକାଂକ୍ଷା ମଧ୍ୟ ପୂରଣ ହୋଇପାରିବ । ଖଣିଖାଦାନ ଅଞ୍ଚଳର ବିକାଶ ହେଉଛି ହେବ ।ଖଣିଖାଦାନ ଅଞ୍ଚଳରେ ସମସ୍ତ ସୁବିଧା ପହଞ୍ଚିବ ଅଞ୍ଚଳବାସୀଙ୍କ ପାଖରେ ଖଣିଖାଦାନ ଅଞ୍ଚଳର ହେବ ବିକାଶ ଲକ୍ଷ୍ୟ ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
WWW. SOCIALNEWSODIA.INFO
0 Comments