10/05/2021


ଭୁବନେଶ୍ୱର 📌


EDITOR BY/- Srinibash Rout

ଦୀର୍ଘ ଦିନ ଧରି କରୋନାରେ ଆକ୍ରନ୍ତ ହୋଇ ଚିକିତ୍ସାଧୀନ ଥିଲେ ରଘୁନାଥ। ଦେଶ ବିଦେଶରେ ସୁନାମ ଅର୍ଜନ କରିଥିବା ଶିଳ୍ପୀ ତଥା ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ର କରୋନାରେ ଆକ୍ରାନ୍ତ ହେବା ପରେ ତାଙ୍କୁ କିଛି ଦିନ ପୂର୍ବରୁ ଭୁବନେଶ୍ୱର ଏମ୍‌ସରେ ଭର୍ତ୍ତି କରାଯାଇଥିଲା। ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ପରେ ତାଙ୍କୁ ଭେଣ୍ଟିଲେଟରକୁ ନିଆଯାଇଥିଲା ।ତାଙ୍କର ଚିକିତ୍ସା ଚାଲିଥିବା ବେଳେ ରବିବାର (୯/୦୫/୨୦୨୧) ଅପପରାହ୍ନ ୩ଟା ୪୯ ମିନିଟରେ ତାଙ୍କର ମୃତ୍ୟୁ ଘଟିଥିଲା ।୭୮ ବର୍ଷ ବୟସରେ ପଦ୍ମବିଭୂଷଣ ରଘୁନାଥ ମହାପାତ୍ରଙ୍କର କରୋନାରେ ମୃତ୍ୟୁବରଣ କରିଛନ୍ତି। ତାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ରାଜ୍ୟର ବହୁ ମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଏବଂ ବିଭିନ୍ନ କ୍ଷେତ୍ରର ବହୁ ବିଶିଷ୍ଟ ବ୍ୟକ୍ତି ଗଭୀର ଶୋକ ପ୍ରକାଶ କରିଛନ୍ତି ।ତାଙ୍କ ମୃତ୍ୟୁରେ ଭାରତର କଳା ଜଗତରେ ଏକ ବିରାଟ ଶୂନ୍ୟତା ସୃଷ୍ଟି ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୁଖ୍ୟମନ୍ତ୍ରୀ ମୃତ୍ୟୁ ଆତ୍ମାର ସଦ୍ ଗତି କାମନା କରିଛନ୍ତି। ସ୍ବର୍ଗତ ରଘନାଥ ମହାପାତ୍ରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।୧୯୪୩ ମସିହା ମାର୍ଚ୍ଚ ୨୪ ତାରିଖରେ ଜନ୍ମ ଗ୍ରହଣ କରିଥିବା ପ୍ରସ୍ତର କାରୁକାର୍ଯ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ରଘୁନାଥଙ୍କୁ ୧୯୭୫ରେ ପଦ୍ମଶ୍ରୀ, ୨୦୦୧ରେ ପଦ୍ମଭୂଷଣ ଓ ୨୦୧୩ରେ ପଦ୍ମବିଭୂଷଣରେ ସମ୍ମାନିତ କରାଯାଇଥିଲା ।ଓଡ଼ିଶାର କଳା ଓ ଐତିହ୍ୟକୁ ସମୃଦ୍ଧ କରିବା ଦିଗରେ ତାଙ୍କ ଅତୁଳନୀୟ ଅବଦାନ ପାଇଁ ରଘୁନାଥ ମହାପାତ୍ର ସର୍ବଦା ସ୍ମରଣୀୟ ରହିବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।



WWW. SOCIALNEWSODIA.INFO