10/08/2021
📌
NEWS EDITOR/- Srinibash Rout
ନାଁ ଚେକ୍ କରିବାକୁ ଆପଣଙ୍କୁ ପ୍ରଥମେ ପିଏମ କିଷାନ ଯୋଜନାର ୱେବସାଇଟ୍ https://pmkisan.gov.inକୁ ଯିବାକୁ ପଡିବ ।ହୋମପେଜରେ ଆପଣଙ୍କୁ Farmers Cornerର ଅପସନ୍ ମିଳିବ ।Farmers Cornerର ସେକ୍ସନର ଭିତରେ Beneficiaries Listର ଅପସନ୍ ଉପରେ କ୍ଲିକ କରନ୍ତୁ ।ଏବେ ଆପଣ ଲିଷ୍ଟରେ ରାଜ୍ୟ, ଜିଲ୍ଲା, ବ୍ଲକ ଓ ଗାଁକୁ ସିଲେକ୍ଟ କରନ୍ତୁ ।ଆପଣ Get Report ଉପରେ କ୍ଲିକ କରନ୍ତୁ ।ଏହା ପରେ ଆବେଦନ କରିଥିବା କୃଷକଙ୍କ ଲିଷ୍ଟ ସାମ୍ନାକୁ ଆସିବ, ଯେଉଁଥିରେ ଆପଣ ନିଜ ନାଁ ଚେକ୍ କରିପାରିବେ ।ଏହି ଯୋଜନା ଅଧିନରେ ବର୍ତ୍ତମାନ ସୁଦ୍ଧା ଚାଷୀମାନଙ୍କୁ ୧.୩୮ ଲକ୍ଷ କୋଟି ଟଙ୍କାରୁ ଅଧିକ ଟଙ୍କା ପଠାଯାଇଛି । ଆପଣଙ୍କ ଆକାଉଣ୍ଟକୁ ଟଙ୍କା ଆସିଛି କି ନାହିଁ, ଜାଣିବାକୁ ଚାହୁଁଥିରେ ଏପରି ଚେକ୍ କରନ୍ତୁ….
ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୯ମ କିସ୍ତି ସୋମବାର (୯/୦୮/୨୦୨୧) ଚାଷୀଙ୍କ ଆକାଉଣ୍ଟକୁ ପଠାଯାଇଛି। ଭର୍ଚ୍ଚୁଆଲ ମୋଡ଼ରେ ସୁଇଚ ଟିପି ଟଙ୍କା ହସ୍ତାନ୍ତର କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଦେଶର ୯ କୋଟି ୭୫ ଲକ୍ଷ ଚାଷୀଙ୍କ ଆକାଉଣ୍ଟକୁ ପଠାଯାଇଛି ଏହି ଟଙ୍କା। ଚାଷୀଙ୍କ ପିଛା ୨ ହଜାର ଲେଖାଏଁ ମୋଟ ୧୯,୫୦୦ କୋଟି ଟଙ୍କା ପ୍ରଦାନ କରାଯାଇଛି। ତେବେ ପିଏମ କିଷାନ ଯୋଜନାରେ ଚାଷୀଙ୍କ ଆକାଉଣ୍ଟକୁ ବାର୍ଷିକ ୬ ହଜାର ଟଙ୍କା ସିଧାସଳଖ ପଠାଯାଉଛି । ଏହି ଯୋଜନା ଅଧିନରେ ବର୍ତ୍ତମାନ ସୁଦ୍ଧା ଚାଷୀମାନଙ୍କୁ ୧.୩୮ ଲକ୍ଷ କୋଟି ଟଙ୍କାରୁ ଅଧିକ ଟଙ୍କା ପଠାଯାଇଛି ।
socialnewsodiaofficial.blogspot.com




0 Comments