Advertisement

ଏହି ଚ୍ୟାନେଲଟି ଭାରତ ସରକାରଙ୍କ ଉଦ୍ୟମ ଆଧାର ପଞ୍ଜିକୃତ ହୋଇଛି - UDYAM-OD-17-0002856

ଉଠାଦୋକାନୀଙ୍କୁ ମିଳିଲା କୋଭିଡ ସହାୟତା; ଖବରକାଗଜ ହକରଙ୍କ ପରେ ଉଠା ଦୋକାନୀଙ୍କୁ ତୃତୀୟ ପର୍ୟ୍ୟାୟରେ ୩୦୦୦ ଟଙ୍କା ଲେଖାଏଁ ସ୍ବତନ୍ତ୍ର କୋଭିଡ ଆର୍ଥିକ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

 


25-DECEMBER-2021


📌


BY: SRINIBASH ROUT

ଉଠା ଦୋକାନୀ ମାନଙ୍କୁ କୋଭିଡ ସହାୟତ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ।ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ୨୪ ତାରିଖ ରାଜ୍ୟର ୧୧୪ଟି ସହରାଞ୍ଚଳର ୧ ଲକ୍ଷ ୧ ହଜାର ପଥ ପାର୍ଶ୍ବ ବିକ୍ରେତାଙ୍କୁ ତୃତୀୟ ପର୍ୟ୍ୟାୟରେ ୩୦୦୦ ଟଙ୍କା ଲେଖାଏଁ ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି ।ଏହି ଅବସରରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଉପସ୍ଥିତ ଥିବା ପଥପାର୍ଶ୍ବ ବିକ୍ରେତା ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କୋଭିଡ ସମସ୍ତଙ୍କ ଜୀବିକା ଉପରେ ପ୍ରଭାବ ପକାଇଛି ।‘ଆପଣମାନଙ୍କ କଷ୍ଟ ମୁଁ ଅନୁଭବ କରୁଛି। ମୁଁ କହିବାକୁ ଚାହେଁ ଯେ ସରକାର ସବୁବେଳେ ଆପଣମାନଙ୍କ ସାଥିରେ ଅଛନ୍ତି।’


ଏହି ଅବସରରେ ରାଜ୍ୟର ବିଭିନ୍ନ ସ୍ଥାନରେ ଉପସ୍ଥିତ ପଥ ପାର୍ଶ୍ବ ବିକ୍ରେତାମାନେ ସେମାନଙ୍କ ମନ କଥା ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଥିଲେ ।ଭୁବନେଶ୍ବରରୁ ଅକ୍ଷୟ ମହାନ୍ତି, ରାଉରକେଲାରୁ କୃଷ୍ଣଚନ୍ଦ୍ର ମୁଖାର୍ଜୀ, ସମ୍ବଲପୁରରୁ ରବିନାରାୟଣ ପ୍ରଧାନ, କଟକର ଶ୍ରୀଧର ରାୟ ଓ ବ୍ରହ୍ମପୁରରୁ ଟୁନି ବେହେରା ସେମାନଙ୍କର ମତବ୍ୟକ୍ତ କରି କହିଲେ ଯେ ଲକ୍‌ଡାଉନ ହେବା ପରେ ସେମାନଙ୍କର ଆର୍ଥିକ ଅବସ୍ଥା ଶୋଚନୀୟ ହୋଇଯାଇଥିଲା ।




www. socialnewsodiaofficial.blogspot.com

Post a Comment

0 Comments