Advertisement

ଏହି ଚ୍ୟାନେଲଟି ଭାରତ ସରକାରଙ୍କ ଉଦ୍ୟମ ଆଧାର ପଞ୍ଜିକୃତ ହୋଇଛି - UDYAM-OD-17-0002856

ଖବର କାଗଜ ହକର ମାନଙ୍କୁ ସହାୟତା; ପଞ୍ଜୀକୃତ ହକରଙ୍କ ପାଇଁ ସ୍ବତନ୍ତ୍ର କୋଭିଡ ସହାୟତାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ- ରାଜ୍ୟ ଗଣମାଧ୍ୟମ ଉପଦେଷ୍ଟା ମାନସ ମଙ୍ଗରାଜ,କହିଲେ ମୁଖ୍ୟମନ୍ତ୍ରୀଙ୍କ ଏହି ପଦକ୍ଷେପ ସାରା ଦେଶରେ ଅଭିନବ ଓ ଅନନ୍ୟ ।

 


23-DECEMBER-2021


📌


BY: SRINIBASH ROUT

ମୁଖ୍ୟମନ୍ତ୍ରୀ ଗୁରୁବାର ୨୩ ତାରିଖ ରାଜ୍ୟର ଖବର କାଗଜ ହକର ମାନଙ୍କୁ ସେମାନଙ୍କର ହକ୍‌ ପ୍ରଦାନ କରିଛନ୍ତି। ପ୍ରତ୍ୟେକ ପଞ୍ଜିକୃତ ଖବରକାଗଜ ହକରଙ୍କୁ ୬ ହଜାର ଟଙ୍କା ଲେଖାଏ କୋଭିଡ ସହାୟତା ପ୍ରଦାନ କରାଯାଇଛି। ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଡିଜିଟାଲ ଡାଟା ବେସ୍‌ ପ୍ରସ୍ତୁତ କରାଯାଇ ରାଜ୍ୟର ୭୩୦୦ ହକରଙ୍କ ନାମ ପଞ୍ଜୀକୃତ କରାଯାଇଛି। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଏହି ସହାୟତା ଯୋଗାଇ ଦିଆଯାଇଛି। ଭିସି ଯୋଗେ ସହାୟତା କାର୍ଯ୍ୟର ଗୁରୁବାର ମୁଖ୍ୟମନ୍ତ୍ରୀ ଶୁଭାରମ୍ଭ କରିଛନ୍ତି। ସମୁଦାୟ ୪ କୋଟି ୩୮ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ଏହା ସିଧାସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯାଇଛି ।ଏହି ସହାୟତା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରଦାନ କରାଯାଇଛି। ଏହି ସହାୟତା ପ୍ରଦାନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ହକର ମାନେ ହେଉଛନ୍ତି ଖବର କାଗଜ ଓ ପାଠକ ମାନଙ୍କ ମଧ୍ୟରେ ସେତୁ ।ଖରା, ବର୍ଷା, ଶୀତ ସବୁ ସମୟରେ ଏପରିକି କୋଭିଡ ମହାମାରୀ ସମୟରେ ମଧ୍ୟ ସେମାନେ ନିଜ ଦୁଃଖ କଷ୍ଟକୁ ଭୁଲି ପାଠକ ମାନଙ୍କୁ ଖବର କାଗଜ ଯୋଗାଇଛନ୍ତି ।


କାର୍ଯ୍ୟକ୍ରମରେ ଭୁବନେଶ୍ବରରୁ ଗୋବର୍ଦ୍ଧନ ଦାସ, କଟକରୁ ରତ୍ନାକର ପ୍ରଧାନ, ସମ୍ବଲପୁରରୁ କୃଷ୍ଣଚନ୍ଦ୍ର ନାଥ ଓ ବ୍ରହ୍ମପୁରରୁ ସନ୍ତୋଷ ପାଣିଗ୍ରାହୀ ପ୍ରମୁଖ ହକରମାନେ ସେମାନଙ୍କର ଅନୁଭବ ବ୍ୟକ୍ତ କରି କହିଛନ୍ତି ଯେ ଆମେ ହକର ଭାଇମାନେ ଅନେକ ଅର୍ଥାଭାବର ସମ୍ମୁଖୀନ ହୋଇଛୁ ।ମୁଖ୍ୟମନ୍ତ୍ରୀ ଆମ ଦୁଃଖ ବୁଝିଥିବାରୁ ଆମେ ହୃଦୟରୁ ତାଙ୍କ ପ୍ରତି ଆମର କୃତଜ୍ଞତା ପ୍ରକାଶ କରୁଛୁ ।ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।ସୂଚନା ଓ ଲୋକସଂପର୍କ ବିଭାଗ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ସ୍ବାଗତ ଭାଷଣ ଦେଇଥିଲେ ଓ ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଛନ୍ତି ।






www. socialnewsodiaofficial.blogspot.com

Post a Comment

0 Comments