Advertisement

ଏହି ଚ୍ୟାନେଲଟି ଭାରତ ସରକାରଙ୍କ ଉଦ୍ୟମ ଆଧାର ପଞ୍ଜିକୃତ ହୋଇଛି - UDYAM-OD-17-0002856

୫ ମହାନଗର ନିଗମ ବସ୍ତିବାସିନ୍ଦାଙ୍କୁ ମିଳିବ ଘର; ଜାଗା ମିଶନରେ ୫ ମହାନଗର ନିଗମର ବସ୍ତିବାସିନ୍ଦାଙ୍କୁ ମିଳିବ ଘର, ୬ ମାସରେ ସଂପୂର୍ଣ୍ଣ ହେବ କାର୍ଯ୍ୟ- ୯୩୮ଟି ବସ୍ତିର ପ୍ରାୟ ୧ ଲକ୍ଷ ୯୦ ହଜାର ପରିବାରର ୮ ଲକ୍ଷ ୫୮ ହଜାର ବସ୍ତିବାସିନ୍ଦା ହେବେ ଉପକୃତ ।



31-DECEMBER-2021


📌


BY: SRINIBASH ROUT

ବସ୍ତି ବାସିନ୍ଦାଙ୍କୁ ଜମି ଅଧିକାର ପ୍ରଦାନ ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ୫ ଟି ମହାନଗର ନିଗମ ଅଧିନରେ ୯୩୮ ଗୋଟି ବସ୍ତିରେ ବସବାସ କରୁଥିବା ପ୍ରାୟ  ୧ ଲକ୍ଷ ୯୦ ହଜାର ପରିବାର  ଅନ୍ତର୍ଗତ ୮ ଲକ୍ଷ ୫୮ ହଜାର ବସ୍ତିବାସିନ୍ଦା ଉପକୃତ ହେବେ ।ଏହି କାର୍ଯ୍ୟ ୬ ମାସ ସମୟ ସୀମା ମଧ୍ୟରେ ସଂପୂର୍ଣ୍ଣ କରାଯିବ ।ଏହି ପ୍ରସ୍ତାବ ମୁତାବକ ଯେଉଁଠି ସମ୍ଭବ ହେବ ସେହି ସ୍ଥାନରେ ସମ୍ପତ୍ତିଗତ ଅଧିକାର ତଥା ଯେଉଁଠି ସମ୍ପତ୍ତିଗତ ଅଧିକାର ଦେବାରେ କୌଣସି ଅସୁବିଧା ହେବ, ସେହି ସ୍ଥାନରେ ବସ୍ତିବାସିନ୍ଦାଙ୍କୁ ୪୫ ବର୍ଗ ମିଟର ଯାଏଁ ଭୂମି ଉପରେ ଭୂମି ଅଧିକାର ପ୍ରଦାନ କରାଯାଇପାରିବ ।


ଯଦି ବସ୍ତିବାସିନ୍ଦା ଆର୍ଥିକ ଦୁର୍ବଳ ଶ୍ରେଣୀ ଅନ୍ତର୍ଭୁକ୍ତ ହୋଇଥିବେ , ତେବେ ୩୦ ବର୍ଗ ମିଟର ପର‌୍ୟ୍ୟନ୍ତ ଭୂମି ଉପରେ ମାଗଣା ଭୂମି ଅଧିକାର ପ୍ରଦାନ କରାଯିବ ।


ନଗର ନିଗମ ମାନଙ୍କରେ ବସବାସ କରୁଥିବା ବସ୍ତିବାସିନ୍ଦା ମାନଙ୍କ ପାଇଁ  ମଧ୍ୟ ୨୦୧୭ ମସିହାରେ “ ଓଡିଶା ମହାନଗର ନିଗମ ଅଧିନିୟମ -୨୦୦୩ ”ରେ  ଆବଶ୍ୟକୀୟ ସଂଶୋଧନ କରି ସମ୍ପତ୍ତିଗତ ଅଧିକାର ସୁରକ୍ଷିତ କରିବାପାଇଁ ଅନୁରୂପ ବ୍ୟବସ୍ଥା ପ୍ରଣୟନ କରଯାଇଥିଲା ।କିନ୍ତୁ ଉପରୋକ୍ତ ସଂଶୋଧନ ପରେ ୪ବର୍ଷ ବିତିଯାଇଥିଲେ ସୁଦ୍ଧା ବସ୍ତିବାସିନ୍ଦା ମାନଙ୍କୁ ସମ୍ପତ୍ତିଗତ ଅଧିକାର ପ୍ରଦାନ କରିବାରେ ବିଭିନ୍ନ କାରଣରୁ ବିଶେଷ ଅଗ୍ରଗତି ହୋଇପାରି ନାହିଁ ।ଏଥିଯୋଗୁଁ ନଗରନିଗମ ଗୁଡିକରେ ବାସକରୁଥିବା ୨ ଲକ୍ଷରୁ ଉର୍ଦ୍ଧ୍ଵବସ୍ତିବାସିନ୍ଦା ମାନେ ପ୍ରଧାନମନ୍ତ୍ରୀ ଆବାସ  ଯୋଜନା ମାଧ୍ୟମରେ ଗୃହ ନିର୍ମାଣ ସହାୟତା ପାଇବାରୁ ବଞ୍ଚିତ ହୋଇଛନ୍ତି ।ଶୁକ୍ରବାର ୩୧ ତାରିଖ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବର୍ଷର ଶେଷ କ୍ୟାବିନେଟ୍ ବୈଠକ ବସିଥିଲା ।ଏଥିରେ ଜାଗା ମିଶନରେ ୫ ମହାନଗର ନିଗମର ବସ୍ତିବାସିନ୍ଦାଙ୍କୁ ଘର ଯୋଗାଇ ଦିଆଯିବା ନେଇ ନିଷ୍ପତ୍ତି ହୋଇଛି ।ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ।






www. socialnewsodiaofficial.blogspot.com

Post a Comment

0 Comments