22-DECEMBER-2021


📌


BY: SRINIBASH ROUT

ପଞ୍ଚାୟତ ସଂରକ୍ଷଣ ନେଇ ପ୍ରକାଶ ପାଇଥିବା ବିଜ୍ଞପ୍ତିକୁ ପ୍ରତ୍ୟାହାର କରିବେ ରାଜ୍ୟ ସରକାର ।ଏନେଇ ହାଇକୋର୍ଟଙ୍କୁ ଜଣାଇଲେ ରାଜ୍ୟ ସରକାର ।ବିଜ୍ଞପ୍ତି ପ୍ରତ୍ୟାହାର ସହ ଆସନ୍ତା ୨୭ରେ ସାନି ତାଲିକା ପ୍ରକାଶ କରାଯିବ ବୋଲି କୋର୍ଟଙ୍କୁ ଜଣାଇଲେ ରାଜ୍ୟ ସରକାର। ଜାନୁଆରୀ ୩ ସୁଦ୍ଧା ସଂରକ୍ଷଣ ନେଇ ଆପତ୍ତି ଅଭିଯୋଗ ଗ୍ରହଣ କରାଯିବ । ଜାନୁଆରୀ ୫ ସୁଦ୍ଧା ଅଭିଯୋଗର ସମାଧାନ କରାଯିବାକୁ ନିଷ୍ପତ୍ତି ନିଆଯାଇଛି । ଜାନୁଆରୀ ୭ରେ ସଂରକ୍ଷଣ ନେଇ ଚୂଡ଼ାନ୍ତ ତାଲିକା ଦେବେ ସରକାର । ୭ରେ ରାଜ୍ୟ ନିର୍ବାଚନ କମିଶନଙ୍କୁ ଚୂଡ଼ାନ୍ତ ତାଲିକା ଦେବେ ରାଜ୍ୟ ସରକାର । ମାର୍ଚ୍ଚ ୮ ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସାରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।


ସୂଚନାଯୋଗ୍ୟ,ରାଜ୍ୟ ନିର୍ବାଚନ କମିଶନ ନଭେମ୍ବର ୧୬ ତାରିଖରେ ଏକ ବିଜ୍ଞପ୍ତି ଜାରି କରି ତ୍ରିସ୍ତରୀୟ ପଂଚାୟତ ନିର୍ବାଚନର ସିଟ୍ ସଂରକ୍ଷଣ ତାଲିକା ଜାରି କରିଥିଲେ। ବିଜ୍ଞପ୍ତି ଅନୁସାରେ ଆଗାମୀ ପଂଚାୟତ ନିର୍ବାଚନରେ ମୋଟ ୮୫୩ଟି ଜିଲ୍ଲା ପରିଷଦ ଆସନ ମଧ୍ୟରୁ ପଛୁଆ ବର୍ଗଙ୍କ ପାଇଁ ମାତ୍ର ୧୦୪ଟି ଆସନ ସଂରକ୍ଷିତ ରହିଛି। ଏଥିରେ ୧୪ଟି ଜିଲ୍ଲାର ଜିଲ୍ଲା ପରିଷଦରେ ଗୋଟିଏ ବି ଆସନ ପଛୁଆ ବର୍ଗର ପ୍ରାର୍ଥୀଙ୍କ ନିମନ୍ତେ ସଂରକ୍ଷିତ ହୋଇନାହିଁ। 





www. socialnewsodiaofficial.blogspot.com