Advertisement

ଏହି ଚ୍ୟାନେଲଟି ଭାରତ ସରକାରଙ୍କ ଉଦ୍ୟମ ଆଧାର ପଞ୍ଜିକୃତ ହୋଇଛି - UDYAM-OD-17-0002856

ସୁଜଳ-ଡ୍ରିଙ୍କ ଫ୍ରମ୍ ଟ୍ୟାପ୍' ପ୍ରକଳ୍ପର ଶୁଭାରମ୍ଭ; କଟକ ସହିତ ରାଜ୍ୟର ୬୦ଟି ସହରର ସବୁ ପରିବାରକୁ ୨୪ ଘଣ୍ଟିଆ ପାଇପ୍ ପାଣିର ସୁବିଧା ଦିଆଯାଇଛି ଖୁବଶୀଘ୍ର ରାଜ୍ୟର ସମସ୍ତ ୧୧୪ଟି ସହରରେ ସବୁ ପରିବାରକୁ ୨୪ ଘଣ୍ଟିଆ ପାଇପ୍ ପାଣିର ସୁବିଧା ଯୋଗାଇ ଦିଆଯିବ।

 '


07-JANUARY-2022


📌


BY: SRINIBASH ROUT

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ କଟକ ସହର ପାଇଁ ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ଉଦ୍ଘାଟନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଉଦ୍ଘାଟନ କରିଥିବା ପାନୀୟ ଜଳ କାର୍ଯ୍ୟକ୍ରମ ଦ୍ବାରା କଟକ ସହରର ସବୁ ପରିବାର ୨୪ ଘଣ୍ଟିଆ ପାଇପ୍ ପାଣିର ସୁବିଧା ପାଇପାରିଛନ୍ତି। ଏହାଦ୍ବାରା ସହରର ୧ ଲକ୍ଷ ୪୦ ହଜାର ପରିବାରର ୭ ଲକ୍ଷ ଲୋକ ଉପକୃତ ହୋଇଛନ୍ତି ।ଏଥିପାଇଁ ୭୯୦ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରି କହିଛନ୍ତି ଯେ କଟକ ସହିତ ରାଜ୍ୟର ୬୦ଟି ସହରର ସବୁ ପରିବାରକୁ ୨୪ ଘଣ୍ଟିଆ ପାଇପ୍ ପାଣିର ସୁବିଧା ଦିଆଯାଇଛି। ଡିସେମ୍ବର ୨୦୨୩ ସୁଦ୍ଧା ପୁରା ସହରକୁ ‘ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ’ କାର୍ଯ୍ୟକ୍ରମ ଜରିଆରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟ ସରକାରଙ୍କ ୫-ଟି ଆଭିମୁଖ୍ୟରେ ଆରମ୍ଭ ହୋଇଥିବା ଆମର ଏହି କାର୍ଯ୍ୟକ୍ରମ କେବଳ ସାରା ଦେଶ ନୁହେଁ, ସାରା ପୃଥିବୀର ବିକାଶଶୀଳ ରାଷ୍ଟ୍ରମାନଙ୍କ ପାଇଁ ଏକ ରୋଲ ମଡେଲ ହୋଇପାରିଛି ।ଏହି କାର୍ଯ୍ୟକ୍ରମ ପାନୀୟ ଜଳ ଯୋଗାଣ ପାଇଁ ହୋଇଥିବା ଜାତୀୟ ନୀତିରେ ମଧ୍ୟ ଅନୁସୃତ ହୋଇଛି ଏବଂ ଅମୃତ ୨.୦ରେ ସାମିଲ ମଧ୍ୟ ହୋଇଛି ।ଏହାସହିତ ମୁଖ୍ୟମନ୍ତ୍ରୀ ୪୩୦ କୋଟି ଟଙ୍କାରେ ନିର୍ମିତ ୩ଟି ୱାଟର ଟ୍ରିଟମେଣ୍ଟ ପ୍ଲାଣ୍ଟର ଉଦ୍ଘାଟନ ମଧ୍ୟ କରିଛନ୍ତି ।ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଭଲ ପିଇବା ପାଣି ଆମ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ।ବିଶୁଦ୍ଧ ଓ ନିରାପଦ ପାନୀୟ ଜଳ ଯୋଗାଇ ଦେବାରେ ଆମର ଉଦ୍ୟମ ଜନସାଧାରଣଙ୍କ ଉତ୍ତମ ସ୍ବାସ୍ଥ୍ୟ ପାଇଁ ମଧ୍ୟ ବହୁତ ଗୁରୁତ୍ବପୂର୍ଣ୍ଣ ।ଏହି ଅବସରରେ କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍ ସଂପର୍କରେ ଜନସାଧାରଣଙ୍କୁ ସତର୍କ କରି ମୁଖ୍ୟମନ୍ତ୍ରୀ ସେମାନଙ୍କୁ କୋଭିଡ୍ ନିୟମ ମାନିବା ପାଇଁ ଅନୁରୋଧ କରିଛନ୍ତି ।ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନି, ସିଏମସି କମିଶନର ଅନନ୍ୟା ଦାସ, ରାଜ୍ୟସଭା ସାଂସଦ ସୁବାସ ସିଂହ, ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନ, ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଙ୍କ ସମେତ କଟକ ଜିଲ୍ଲାର ସମସ୍ତ ବିଧାୟକ ଉପସ୍ଥିତ ରହିଥିଲେ। ଏହି କାର୍ଯ୍ୟକ୍ରମରେ ନଗର ଉନ୍ନୟନ ମନ୍ତ୍ରୀ ସ୍ବାଗତ ଭାଷଣ ଦେଇଥିଲେ। ସିଏମସି (CMC) କମିଶନର ଅନନ୍ୟା ଦାସ ଧନ୍ୟବାଦ ଅର୍ପଣ କରିଥିଲେ ।


ସୁଜଳ ଯୋଜନାରେ ମହାନଦୀରୁ ପାଣି ବିଶୋଧିତ କରାଯାଇ ପ୍ରଥମ ପର୍ଯ୍ୟାୟରେ ୨ଟି ଅଞ୍ଚଳବାସୀଙ୍କୁ ୨୪ ଘଣ୍ଟିଆ ପାଣି ସୁବିଧା ଯୋଗେଇ ଦିଆଯିବ। କ୍ୟାଣ୍ଟନମେଣ୍ଟ ଅଞ୍ଚଳରେ ଥିବା ଜଷ୍ଟିସ କଲୋନିବାସୀ ଓ ଜଗତପୁର ୪୮ ନମ୍ବର ୱାର୍ଡବାସୀ ଏହି ସୁବିଧା ପାଇବେ। 







 


www. socialnewsodiaofficial.blogspot.com

Post a Comment

0 Comments