Advertisement

ଏହି ଚ୍ୟାନେଲଟି ଭାରତ ସରକାରଙ୍କ ଉଦ୍ୟମ ଆଧାର ପଞ୍ଜିକୃତ ହୋଇଛି - UDYAM-OD-17-0002856

ପୌର ନିର୍ବାଚନ - ପଞ୍ଚାୟତ ନିର୍ବାଚନ ପରେ ପରେ ହେବ ପୌର ନିର୍ବାଚନ ତିନି ମହାନଗର ନିଗମ ପୌର ନିର୍ବାଚନ ପାଇଁ ପ୍ରକାଶ ପାଇଲା ଚୂଡ଼ାନ୍ତ ସଂରକ୍ଷଣ ତାଲିକା,ଏନେଇ ରାଜ୍ୟ ନିର୍ବାଚନ କମିସନଙ୍କୁ ଜଣାଇଲା ନଗର ଉନ୍ନୟନ ବିଭାଗ।

 


30-JANUARY-2022


📌


BY: SRINIBASH ROUT

୩ ମେୟର ପଦ ପାଇଁ ପ୍ରକାଶ ପାଇଲା ଚୂଡ଼ାନ୍ତ ସଂରକ୍ଷଣ ତାଲିକା ।ଭୁବନେଶ୍ୱର, କଟକ ଓ ବ୍ରହ୍ମପୁର ମେୟର ପଦବୀ ପାଇଁ ସଂରକ୍ଷଣ ତାଲିକା ଚୂଡ଼ାନ୍ତ ହୋଇଛି। ନଗର ଉନ୍ନୟନ ବିଭାଗ ପକ୍ଷରୁ ଏନେଇ ବିଧିବଦ୍ଧ ଚୂଡ଼ାନ୍ତ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ସଂରକ୍ଷଣର ଚିଠା ତାଲିକା ପ୍ରକାଶ କରି ନଗର ଉନ୍ନୟନ ବିଭାଗ ଆପତ୍ତି ଓ ଅଭିଯୋଗ ଆହ୍ୱାନ କରିଥିଲା। ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ।ଭୁବନେଶ୍ବର ଓ ବ୍ରହ୍ମପୁର ମହାନଗର ନିଗମର ମେୟର ପଦ ମହିଳାଙ୍କ ପାଇଁ ସଂରକ୍ଷିତ ରହିଥିବା ବେଳେ କଟକ ମହାନଗର ନିଗମର ମେୟର ପଦ ଅଣସଂରକ୍ଷିତ ଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହାସହ ଭୁବନେଶ୍ୱରର ୬୭ଟି ୱାର୍ଡ଼, କଟକର ୫୯ଟି ୱାର୍ଡ଼ ଓ ବ୍ରହ୍ମପୁରର ୪୨ଟି ୱାର୍ଡରେ ନିର୍ବାଚନ ହେବ ।ଭୁବନେଶ୍ୱରର ୨ ଓ ୩୪ ଓ ୧୩ ନମ୍ବର ୱାର୍ଡ ଅନୁସୂଚିତ ଜାତି ମହିଳାଙ୍କ ପାଇଁ ସଂରକ୍ଷିତ ରଖାଯାଇଛି ।ସେହିପରି ୩୬, ୧୮ ଓ ୨୧ ନମ୍ବର ୱାର୍ଡ ଅନୁସୂଚିତ ଜାତି ପାଇଁ ସଂରକ୍ଷିତ ରଖାଯାଇଛି । ୨୨ ଓ ୨୬ ନମ୍ବର ୱାର୍ଡ ଅନୁସୂଚିତ ଜନଜାତି ମହିଳାଙ୍କ ପାଇଁ ସଂରକ୍ଷିତ ଥିବାବେଳେ ୮ ନମ୍ବର ୱାର୍ଡ ଅନୁସୂଚିତ ଜନଜାତି ପାଇଁ ସଂରକ୍ଷିତ ରହିଛି ।ତେବେ ପଞ୍ଚାୟତ ନିର୍ବାଚନ ସରିବା ପରେ ପରେ ଅନୁଷ୍ଠିତ ହେବ ପୌର ନିର୍ବାଚନ। ଏଥି ପାଇଁ ପ୍ରସ୍ତୁତି ମଧ୍ୟ ଜୋରଦାର ଚାଲିଛି।



www. socialnewsodiaofficial.blogspot.com

Post a Comment

0 Comments