19-JANUARY-2022
📌
BY: SRINIBASH ROUT
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ୧୭ ତାରିଖ ଭିଡ଼ିଓ କନ୍ଫରେନ୍ସିଂ ଜରିଆରେ କୋଭିଡ୍-୧୯ ରୋଗ ନିୟନ୍ତ୍ରଣ ସଂପର୍କରେ ସମୀକ୍ଷା କରି କହିଛନ୍ତି ଯେ ବର୍ତ୍ତମାନ ପରିସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣରେ ଅଛି ।ତେଣୁ ଭୟଭୀତ ନ ହୋଇ କୋଭିଡ୍ ର ସମସ୍ତ ନିୟମାବଳୀକୁ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି ।ଜନସାଧାରଣଙ୍କ ଜୀବନ ଜୀବିକାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କୋଭିଡ ନିୟନ୍ତ୍ରଣ ପାଇଁ ପଦକ୍ଷେପ ନେଇଛନ୍ତି। ଜନସାଧାରଣଙ୍କ ସହଯୋଗ ମିଳିଲେ, ଜୀବନ ଜୀବିକାକୁ ପ୍ରଭାବିତ ନ କରି ଆମେ ପରିସ୍ଥିତିର ମୁକାବିଲା କରିପାରିବା। ଗତ କିଛି ଦିନ ମଧ୍ୟରେ ଦୈନିକ କୋଭିଡ୍ ସଂଖ୍ୟା ପ୍ରାୟତଃ ସ୍ଥିର ରହିଛି ।
www. socialnewsodiaofficial.blogspot.com
0 Comments