17-JANUARY-2022
📌
BY: SRINIBASH ROUT
ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ୍ ସର୍ଭିସ୍ (ଓସିଏସ୍) ମେନ୍ ପରୀକ୍ଷା କୋଭିଡ୍ କଟକଣା ଭିତରେ ହେବ। ଜାନୁଆରୀ ୨୦ରୁ ଆରମ୍ଭ ହେବ ସିଭିଲ୍ ସର୍ଭିସ ପରୀକ୍ଷା ।ଜାନୁଆରୀ ୨୩ ତାରିଖରେ ହେବ ଆସିଷ୍ଟାଣ୍ଟ ସର୍ଜନ ପରୀକ୍ଷା ।ଏ ନେଇ ଓପିଏସ୍ସି ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି। କୋଭିଡ୍ ସ୍ଥିତିକୁ ଦୃଷ୍ଟିରେ ରଖି ପରୀକ୍ଷା କେନ୍ଦ୍ର ଓ ପରିସର ମଧ୍ୟରେ ପରୀକ୍ଷାର୍ଥୀମାନେ କୋଭିଡ୍ ନିୟମ ଅନୁପାଳନପୂର୍ବକ ସାମାଜିକ ଦୂରତ୍ୱ ରକ୍ଷା କରିବା ଓ ବ୍ୟକ୍ତିଗତ ସ୍ବାସ୍ଥ୍ୟରକ୍ଷା ନିୟମ ପାଳନ କରିବାକୁ କୁହାଯାଇଛି। ସମସ୍ତ ପରୀକ୍ଷାର୍ଥୀ ଏନ୍-୯୫ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ମାସ୍କ ପିନ୍ଧି ନ ଥିଲେ ପରୀକ୍ଷା କେନ୍ଦ୍ରରେ ପ୍ରବେଶ କରିବାକୁ ଅନୁମତି ଦିଆଯିବ ନାହିଁ। କେବଳ ପରୀକ୍ଷା ପରିଚାଳନା ଦାୟିତ୍ୱରେ ଥିବା ଅଧିକାରୀମାନେ ତଦାରଖ କରିବା ସମୟରେ ପରୀକ୍ଷାର୍ଥୀମାନେ ମାସ୍କ ଖୋଲିବେ। ଗୋଟିଏ ସ୍ବଚ୍ଛ ବୋତଲରେ ପରୀକ୍ଷାର୍ଥୀମାନେ ସାନିଟାଇଜର ନେଇପାରିବେ। ପରୀକ୍ଷା କେନ୍ଦ୍ରଗୁଡ଼ିକରେ ସାନିଟାଇଜର ବ୍ୟବହାର ପାଇଁ ବ୍ୟବସ୍ଥା କରାଯାଉଛି। ଏଥିସହ ସାମାଜିକ ଦୂରତ୍ୱ ନିୟମାନୁସାରେ ପରୀକ୍ଷା କେନ୍ଦ୍ରରେ ବସିବା ବ୍ୟବସ୍ଥା କରାଯାଉଛି। ଯଦି କୌଣସି ସମୟରେ ପରୀକ୍ଷାର୍ଥୀଙ୍କର କୋଭିଡ୍ ଲକ୍ଷଣ ପ୍ରକାଶ ପାଏ, ସେ ତୁରନ୍ତ ପରୀକ୍ଷା ପରିଚାଳକ(ଇନ୍ଭିଜିଲେଟର)ଙ୍କୁ ଜଣାଇବେ। ଏହି ପରୀକ୍ଷାର୍ଥୀଙ୍କ ନିମନ୍ତେ ପୃଥକ ପରୀକ୍ଷା ପ୍ରକୋଷ୍ଠର ବ୍ୟବସ୍ଥା କରାଯାଇଛି। ଓପିଏସ୍ସି ପକ୍ଷରୁ ଜାରି ଏହି ନିର୍ଦ୍ଦେଶନାମା ଉଭୟ ଓସିଏସ୍ ଓ ଆସିଷ୍ଟାଣ୍ଟ ସର୍ଜନ ପରୀକ୍ଷା ପାଇଁ ଲାଗୁ ହେବ।
www. socialnewsodiaofficial.blogspot.com
0 Comments