Advertisement

ଏହି ଚ୍ୟାନେଲଟି ଭାରତ ସରକାରଙ୍କ ଉଦ୍ୟମ ଆଧାର ପଞ୍ଜିକୃତ ହୋଇଛି - UDYAM-OD-17-0002856

ବାପାଙ୍କ ସମ୍ପତ୍ତିରେ ଝିଅଙ୍କ ସମାନ ଅଧିକାର- ମାନ୍ୟବର ସୁପ୍ରିମକୋର୍ଟ ପୈତୃକ ସମ୍ପତ୍ତି ବା ବାପାଙ୍କ ସମ୍ପତ୍ତି ଉପରେ ଝିଅଙ୍କ ଅଧିକାର ନେଇ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି,ଏହା ହିନ୍ଦୁ ପର୍ସନାଲ ଲ ଓ ହିନ୍ଦୁ ଉତ୍ତରାଧିକାରୀ ଅଧିନିୟମ ରେ ଲାଗୁ ହେବ ।

 


21-JANUARY-2022 


📌


BY: SRINIBASH ROUT

ପୈତୃକ ସମ୍ପତ୍ତିରେ ଝିଅଙ୍କ ରହିଛି ସମାନ ଅଧିକାର ।ହିନ୍ଦୁ ପର୍ସନାଲ ଲ’ ଓ ହିନ୍ଦୁ ଉତ୍ତରାଧିକାରୀ ଅଧିନିୟମ ରେ ଏହା ଲାଗୁ ହେବ। ପୈତୃକ ସମ୍ପତ୍ତି ବିଭାଜନ ପରେ ଝିଅଙ୍କୁ ବି ମିଳିବ ସମାନ ଅଧିକାର। ପୈତୃକ ସମ୍ପତ୍ତି ଉପରେ ଝିଅର ରହିଛି ଜନ୍ମଗତ ଅଧିକାର ।ଯଦି, ବାପାଙ୍କ ମୃତ୍ୟୁ ୧୯୫୬ ପୂର୍ବରୁ ହୋଇଥିଲେ ବି ଏହି ନିୟମ କାର୍ଯ୍ୟକାରୀ ହେବ। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍ ଏସ୍ ଅବଦୁଲ ନାଜିର ଓ ଜଷ୍ଟିସ୍ କ୍ରିଷ୍ଣା ମୂରାରୀଙ୍କ ଅଧ୍ୟକ୍ଷତାରେ ଶୁଣାଣି ହୋଇଥିଲା। ଏଥିରେ ସ୍ପଷ୍ଟ ଭାବେ ଉଲ୍ଲେଖ କରାଯାଇଛି କି, ଝିଅଙ୍କୁ ପୈତୃକ ସମ୍ପତ୍ତି ଦେବାରେ କେହି ବି ରୋକିପାରିବେ ନାହିଁ। ପୂର୍ବର ଏକ ମାମଲାର ଉଦାହରଣ ଦେଇ କୋର୍ଟ କହିଛନ୍ତି କି, ପୈତୃକ ସମ୍ପତ୍ତି ଉପରେ ସମସ୍ତ ସନ୍ତାନଙ୍କ ସମାନ ଅଧିକାର ରହିଛି। ଯଦି, ଏହା ନମିଳେ ତେବେ ଝିଅମାନେ ଏଥିପ୍ରତି ଦାବି କରିପାରିବେ। ପୂର୍ବରୁ ୨୦୧୮ ମସିହାରେ ଏ ସଂକ୍ରାନ୍ତରେ ରାୟ ଶୁଣାଇ ଝିଅ ଓ ପୁଅକୁ ସମାନ ଅଧିକାର ମିଳିବ ବୋଲି କୋର୍ଟ କହିଥିଲେ।




www. socialnewsodiaofficial.blogspot.com

Post a Comment

0 Comments