Advertisement

ଏହି ଚ୍ୟାନେଲଟି ଭାରତ ସରକାରଙ୍କ ଉଦ୍ୟମ ଆଧାର ପଞ୍ଜିକୃତ ହୋଇଛି - UDYAM-OD-17-0002856

ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର; ପୋଲିସ କମ୍ୟୁନିକେସନର ଅତିରିକ୍ତ ଏସ୍‌.ପି ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର-ମିଳିଥିଲା ପ୍ରାୟ ୯ କୋଟି ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ।

 


22-FEBRUARY-2022


📌


BY: SRINIBASH ROUT

ଦୁର୍ନୀତିଗ୍ରସ୍ତ ଅଧିକାରୀ ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହେବା ପରେ ତାଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଏବେ ତ୍ରିନାଥ ୧୪ ଦିନିଆ ବିଚାର ବିଭାଗୀୟ ହେପାଜତରେ ଅଛନ୍ତି ।ଫେବ୍ରୁଆରୀ ୧୫ତାରିଖରେ ତ୍ରିନାଥ ମିଶ୍ରଙ୍କ କଟକ ତୁଳସୀପୁର ଅଫିସ୍ ଓ  ସରକାରୀ ବାସଭବନ ସମେତ ୧୧ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଚଢ଼ାଉ ବେଳେ ତାଙ୍କ ପାଖରୁ ସମୁଦାୟ ପ୍ରାୟ ୯ କୋଟି ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ମିଳିଥିଲା। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୫୨ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି। ଦୁର୍ନୀତି ଅଭିଯୋଗରେ ବାଧ୍ୟତାମୂଳକ ଅବସର ଦିଆଯିବାରେ ତ୍ରିନାଥ ମିଶ୍ର ହେଉଛନ୍ତି ଅନ୍ୟତମ ବରିଷ୍ଠ ଅଧିକାରୀ ।


ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି ।ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି।



www. socialnewsodiaofficial.blogspot.com

Post a Comment

0 Comments