Advertisement

ଏହି ଚ୍ୟାନେଲଟି ଭାରତ ସରକାରଙ୍କ ଉଦ୍ୟମ ଆଧାର ପଞ୍ଜିକୃତ ହୋଇଛି - UDYAM-OD-17-0002856

ଆଗୁଆ ଜାମିନ ଲୋଡ଼ିଲେ କେନ୍ଦ୍ରମନ୍ତ୍ରୀ; ଆଗୁଆ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି କେନ୍ଦ୍ର ଆଦିବାସୀ ବ୍ୟାପାର ଓ ଜଳଶକ୍ତି ମନ୍ତ୍ରୀ ବିଶେଶ୍ୱର ଟୁଡୁ, ସରକାରୀ କର୍ମଚାରୀଙ୍କୁ ଦଳୀୟ କାର୍ଯ୍ୟାଳୟରେ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା ।

 


05-FEBRUARY-2022


📌


BY: SRINIBASH ROUT

ଆଗୁଆ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି ମୟୂରଭଞ୍ଜ ସାଂସଦ ତଥା କେନ୍ଦ୍ର ଆଦିବାସୀ ବ୍ୟାପାର ଓ ଜଳଶକ୍ତି ମନ୍ତ୍ରୀ ବିଶେଶ୍ବର ଟୁଡୁ ।ବାରିପଦା ଟାଉନ୍ ଥାନାରେ ଗତ ଜାନୁଆରୀ ମାସରେ ରୁଜୁ ମାମଲାରେ ଆଗୁଆ ଜାମିନ ପାଇଁ ଆବେଦନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ।ସୂଚନାଯୋଗ୍ୟ ଗତ ମାସରେ ଦୁଇ ଜଣ ସରକାରୀ କର୍ମଚାରୀ ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ ବିଭାଗ ଉପନିର୍ଦ୍ଦେଶକ ଅଶ୍ୱିନୀ ମଲ୍ଲିକ ଓ ସହକାରୀ ନିର୍ଦ୍ଦେଶକ ଦେବାଶିଷ ମହାପାତ୍ରଙ୍କୁ ଗାଳିଗୁଳଜ କରିବା ସହିତ ଏକ ପ୍ଲାଷ୍ଟିକ ଚେୟାରରେ ପିଟିଥିବା ନେଇ କେନ୍ଦ୍ରମନ୍ତ୍ରୀଙ୍କ ବିରୋଧରେ ଅଭିଯୋଗ ହୋଇଥିଲା ।ଏନେଇ ବାରିପଦା ଟାଉନ୍ ଥାନାରେ ଏକ ମାମଲା ରୁଜୁ ହୋଇଛି ।ମାମଲା ରୁଜୁ କରି ପୋଲିସ ଘଟଣାର ଖୋଳତାଡ଼ କରୁଛି ।ଏଭଳି ସ୍ଥିତିରେ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି ।


(ଦୁଇ ଜଣ ସରକାରୀ କର୍ମଚାରୀଙ୍କୁ ବାରିପଦା ତକତପୁର ସ୍ଥିତ କାର୍ଯ୍ୟାଳୟରେ କେନ୍ଦ୍ର ମନ୍ତ୍ରୀ ମାଡ଼ ମାରିଥିବା ଅଭିଯୋଗ ହୋଇଛି)


(ଦୁଇଜଣ ସରକାରୀ କର୍ମଚାରୀ ହେଲେ ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ ବିଭାଗ ଉପନିର୍ଦ୍ଦେଶକ ଅଶ୍ୱିନୀ ମଲ୍ଲିକ ଓ ସହକାରୀ ନିର୍ଦ୍ଦେଶକ ଦେବାଶିଷ ମହାପାତ୍ର)



www. socialnewsodiaofficial.blogspot.com

Post a Comment

0 Comments