Advertisement

ଏହି ଚ୍ୟାନେଲଟି ଭାରତ ସରକାରଙ୍କ ଉଦ୍ୟମ ଆଧାର ପଞ୍ଜିକୃତ ହୋଇଛି - UDYAM-OD-17-0002856

ରାଜ୍ୟରେ ବଢ଼ିବ ତାତି,ଅସହ୍ୟ ହେବ ଗ୍ରୀଷ୍ମ ଲହରୀ; ରାଜ୍ୟରେ ତାତି ବଢ଼ୁଥିବା ବେଳେ କେତେକ ଜିଲ୍ଲାରେ ଦିନର ତାପମାତ୍ରା ୨ରୁ ୩ ଡ଼ିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବା ସମ୍ଭାବନା ରହିଛି - ୧୬ ତାରିଖରୁ ରାଜ୍ୟରେ ବଢ଼ିବ ତାତି,ଦିନ ୧୧ଟାରୁ ୩ଟା ଗଡ଼ିବନି ବସ୍ ।


 

15-MARCH-2022


📌


BY: SRINIBASH ROUT

ରାଜ୍ୟରେ ୩ରୁ ୪ ଡ଼ିଗ୍ରୀ ପର୍ଯ୍ୟନ୍ତ ବଢ଼ିବ ତାପମାତ୍ରା। ବଲାଙ୍ଗିର, ସୋନପୁର, ବୌଦ୍ଧ, ଅନୁଗୁଳ, ନୟାଗଡ଼ ଓ ଖୋର୍ଦ୍ଧାରେ ଖରାର ସର୍ବାଧିକ ପ୍ରଭାବ ରହିବା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ୬ ଜିଲ୍ଲାକୁ IMDର ହିଟ୍‌ୱେଭ୍‌ ଆଲର୍ଟ କରାଯାଇଛି। ୧୬ ତାରିଖ ବଲାଙ୍ଗୀର, ସୁବର୍ଣ୍ଣପୁର ଏବଂ ବୌଦ୍ଧ ଜିଲ୍ଲା ପାଇଁ ଏବଂ ୧୭ ତାରିଖ ୬ଟି ଜିଲ୍ଲା ବଲାଙ୍ଗିର, ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୁଳ, ନୟାଗଡ଼ ଏବଂ ଖୋର୍ଦ୍ଧା ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଖୋର୍ଦ୍ଧା ଜିଲ୍ଲାରେ ହିଟଓ୍ଵେଭ୍ କଣ୍ଡିସନ୍ ସୃଷ୍ଟି ହେବାକୁ ଥିବାରୁ ଭୁବନେଶ୍ଵରର ତାପମାତ୍ରା ୪୦ ଡ଼ିଗ୍ରୀ ଅତିକ୍ରମ କରିବାର ସମ୍ଭାବନା ଅଧିକ ରହିଛି। ୨୧ ଓ ୨୨ ତାରିଖ ବେଳକୁ ତାତି ୪୪ ଡ଼ିଗ୍ରୀ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।


ରାଜ୍ୟକୁ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ-ଉତ୍ତପ୍ତ ବାୟୁ ପ୍ରବାହ ଶକ୍ତିଶାଳୀ ହେବା ସହ ତାପମାତ୍ରା ୩ରୁ ୪ ଡ଼ିଗ୍ରୀ ପର୍ଯ୍ୟନ୍ତ ବଢ଼ିବ । ୩୬ ଡ଼ିଗ୍ରୀ ଉପରେ ୧୦ ସହରର ତାପମାତ୍ରା ରହିଛି। ଟିଟିଲାଗଡ଼ରେ ସର୍ବାଧିକ ତାପମାତ୍ରା ୩୮ ଡ଼ିଗ୍ରୀ ସେଲସିୟସ ରେକର୍ଡ଼ କରାଯାଇଛି ।


୧୬ ତାରିଖ ଠାରୁ ରାଜ୍ୟରେ ଅସହ୍ୟ ତାତି ବଢ଼ିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗର ପୂର୍ବାନୁମାନ ପରେ ଏହାର ମୁକାବିଲା ପାଇଁ ପରିବହନ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ଏହା ଅନୁସାରେ ରାଜ୍ୟରେ ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ବସ୍ ଚଳାଚଳ ବନ୍ଦ୍ ରହିବ। ଯାତ୍ରୀଙ୍କ ପାଇଁ ବସ୍‌ରେ ବିଶୁଦ୍ଧ ପାନୀୟ ଜଳ ଏବଂ ଓଆରଏସ ମହଜୁଦ ରଖାଯିବ। ସମସ୍ତ ବସଷ୍ଟପ୍‌ରେ ବିଶ୍ରାମ ଗାର ରହିବା ସହ ଜଳଛତ୍ର ଖୋଲାଯିବ। ବସରେ ଭିଡ଼ ନିୟନ୍ତ୍ରଣ ଉପରେ ମଧ୍ୟ ଗୁରୁତ୍ଵ ଦିଆଯାଇଛି। ଜିଲ୍ଲାସ୍ତରୀୟ କଣ୍ଟ୍ରୋଲ ରୁମ୍ ଖୋଲାଯିବ। 


ବିଶେଷ କରି ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ଅସହ୍ୟ ଗ୍ରୀଷ୍ମ ଲହରୀ ଆଶଙ୍କା ରହିଛି ,ଆଇଏମ୍‌ଡିର (IMD) ପୂର୍ବାନୁମାନ ।



www. socialnewsodiaofficial.blogspot.com

Post a Comment

0 Comments