Advertisement

ଏହି ଚ୍ୟାନେଲଟି ଭାରତ ସରକାରଙ୍କ ଉଦ୍ୟମ ଆଧାର ପଞ୍ଜିକୃତ ହୋଇଛି - UDYAM-OD-17-0002856

କ୍ରୀଡ଼ା ପ୍ରତିଯୋଗୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା; ଦୁଇ ଓଡ଼ିଆ ଆନ୍ତର୍ଜାତିକ କ୍ରୀଡ଼ା ପ୍ରତିଯୋଗୀ ଶ୍ରୀୟଙ୍କା ଷଡ଼ଙ୍ଗୀ ଓ ଜୟନ୍ତୀ ବେହେରାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବୀନ ନିବାସ ଠାରେ ସମ୍ବର୍ଦ୍ଧିତ କରିଛନ୍ତି - ଜୟନ୍ତୀ ଙ୍କୁ ୧୫ ଲକ୍ଷ, ଶ୍ରୀୟଙ୍କା ଙ୍କୁ ୨ ଲକ୍ଷ ଟଙ୍କା ପୁରସ୍କାର ।

 


28-MARCH-2022


📌


BY: SRINIBASH ROUT

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ୨୬ ତାରିଖ ନବୀନ ନିବାସ ଠାରେ ଦୁଇ ଓଡିଆ ଆନ୍ତର୍ଜାତିକ କ୍ରୀଡା ପ୍ରତିଯୋଗୀ ଶ୍ରୀୟଙ୍କା ଷଡଙ୍ଗୀ ଓ ଜୟନ୍ତୀ ବେହେରାଙ୍କୁ ନବୀନ ନିବାସ ଠାରେ ସମ୍ବର୍ଦ୍ଧିତ କରିଛନ୍ତି ।ମୁଖ୍ୟମନ୍ତ୍ରୀ ଶ୍ରୀୟଙ୍କାଙ୍କୁ ୨ ଲକ୍ଷ ଓ ଜୟନ୍ତୀଙ୍କୁ ୧୫ ଲକ୍ଷ ଟଙ୍କା ପୁରସ୍କାର ପ୍ରଦାନ କରିଛନ୍ତି ।ମୁଖ୍ୟମନ୍ତ୍ରୀ ଏହି ଦୁଇ ମହିଳା କ୍ରୀଡାବିତ୍‌ଙ୍କୁ ସେମାନଙ୍କର ସଫଳତା ପାଇଁ ଉଚ୍ଚ ପ୍ରଶଂସା କରି କହିଥିଲେ ଯେ ସେମାନେ ରାଜ୍ୟ ପାଇଁ ଗୌରବ ଆଣି ଅନ୍ୟ ଖେଳାଳୀ ମାନଙ୍କ ପାଇଁ ପ୍ରେରଣା ସୃଷ୍ଟି କରିଛନ୍ତି। ସେମାନେ ସାରା ବିଶ୍ୱରେ ଓଡିଶା ପାଇଁ ଗୌରବ ଆଣିଛନ୍ତି ବୋଲି ପ୍ରକାଶ କରି, ଆଗାମୀ ଦିନରେ ଆହୁରି ସଫଳତା ପାଇବେ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି.କେ ପାଣ୍ଡିଆନ ଓ କ୍ରୀଡ଼ା ସଚିବ ଭିନିଲ କ୍ରିଷ୍ଣା ଉପସ୍ଥିତ ଥିଲେ ।ସୂଚନାଯୋଗ୍ୟ ଯେ ଶ୍ରୀୟଙ୍କା ନିକଟରେ କାଇରୋ ଠାରେ ଅନୁଷ୍ଠିତ ଆଇଏସଏସଏଫ୍ ବିଶ୍ୱକପ୍ ସୁଟିଂ ପ୍ରତିଯୋଗୀତାରେ ୫୦ ମିଟର ରାଇଫଲ ୩ ପୋଜିସନ୍ ରେ ବ୍ରୋଞ୍ଜ ମେଡାଲ ପାଇଛନ୍ତି ।ସେ ମଧ୍ୟ ବର୍ତମାନ ଜାତୀୟ ସୁଟିଙ୍ଗ ଚାମ୍ପିଅନ ଭାବେ ସୁନାମ ଅର୍ଜନ କରିଛନ୍ତି ।ସେହିପରି ଜୟନ୍ତୀ ବେହେରା ଦୁବାଇ ଠାରେ ଅନୁଷ୍ଠିତ ବିଶ୍ୱ ପାରା ଆଥଲେଟିକ୍‌ସ ପ୍ରତିଯୋଗୀତାରେ ୩ଟି ମେଡାଲ ହାସଲ କରିଛନ୍ତି । ୪୦୦ ଓ ୧୦୦ ମିଟର ପ୍ରତିଯୋଗୀତାରେ ସେ ବ୍ରୋଞ୍ଜ ପଦକ ପାଇଥିବା ବେଳେ, ୨୦୦ ମିଟର ପ୍ରତିଯୋଗୀତାରେ ରୌପ୍ୟ ପଦକ ପାଇଛନ୍ତି ।



www. socialnewsodiaofficial.blogspot.com

Post a Comment

0 Comments