12/MAY/2022


📌


BY: SRINIBASH ROUT

ରାଜ୍ୟରେ ଅଦ୍ୟାବଧି ୨୫୦ ଗୋଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ କାର୍ଯ୍ୟକ୍ଷମ ଥିବାବେଳେ ଅବଶିଷ୍ଟ ୬୪ ଗୋଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଆସନ୍ତା ଜୁନ ମାସ ୧୭ ତାରିଖଠାରୁ କାର୍ଯ୍ୟକ୍ଷମ ହେବ ।ଏହି ୬୪ଟି ବିଦ୍ୟାଳୟରେ ଜୁନ୍‌ ୧୭ ତାରିଖଠାରୁ ୬ଷ୍ଠ ଶ୍ରେଣୀ ପାଠପଢ଼ା ଆରମ୍ଭ ହେବ ।ସେହିପରି ଏହି ବିଦ୍ୟାଳୟଗୁଡ଼ିକର ସୁପରିଚାଳନା ନିମନ୍ତେ ଆବଶ୍ୟକ ଥିବା ୧୭୪୯ ଗୋଟି ପଦବୀ ପୂରଣ ପ୍ରକ୍ରିୟା ଆସନ୍ତା ଜୁନ୍ ମାସ ମଧ୍ୟରେ ଶେଷ ହେବ ବୋଲି ବିଦ୍ୟାଳୟ ଏବଂ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି ।ଗତକାଲି ଅର୍ଥାତ୍ ମଙ୍ଗଳବାର ୧୦ ତାରିଖ ପୂର୍ବାହ୍ନରେ ବିଦ୍ୟାଳୟ ଏବଂ ଗଣଶିକ୍ଷା ମନ୍ତ୍ରୀ ଲୋକସେବା ଭବନ ଠାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର କାର୍ଯ୍ୟ ସମୀକ୍ଷା କରିଥିଲେ ।ବୈଠକରେ ସମସ୍ତ ଆଦର୍ଶ ବିଦ୍ୟାଳୟର ନିର୍ମାଣ କାର୍ଯ୍ୟ ୨୦୨୩ ମସିହା ନଭେମ୍ବର ମାସ ମଧ୍ୟରେ ସମାପନ କରାଯିବା ପାଇଁ ସ୍ଥିର କରାଯାଇଛି ।


ସମସ୍ତ ଆଦର୍ଶ ବିଦ୍ୟାଳୟରେ ଛାତ୍ରୀମାନଙ୍କ ନିମନ୍ତେ ଉଦ୍ଦିଷ୍ଟ ହଷ୍ଟେଲ ନର୍ମାଣ କାର୍ଯ୍ୟ ୨୦୨୩ ମସିହା ନଭେମ୍ବର ମାସ ମଧ୍ୟରେ ସମାପନ କରାଯିବା ପାଇଁ ମଧ୍ୟ ସ୍ଥିରୀକୃତ ହୋଇଛି ।ଏହି ସମୀକ୍ଷା ବୈଠକରେ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରେମଚାନ୍ଦ ଚୌଧାରୀ ଓ ଅନ୍ୟାନ୍ୟ ପଦାଧିକାରୀ ମାନେ ଉପସ୍ଥିତ ଥିଲେ ।



https://socialnewsodiaofficial.blogspot.com