07-MAY-2022


📌


BY: SRINIBASH ROUT

ରାଜ୍ୟରେ ‘ମୋ ବସ୍‌’ ସେବା ବା କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ(କ୍ରୁଟ୍‌) ସମ୍ପର୍କରେ ଗୁରୁବାର ୦୫ ତାରିଖ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ସମୀକ୍ଷା କରିଛନ୍ତି। ସମୀକ୍ଷା କରି କହିଛନ୍ତି ଯେ ରାଜଧାନୀରେ ‘ମୋ ବସ୍‌’ ସେବା ଏବେ ସାଧାରଣ ଲୋକଙ୍କ ପାଇଁ ଆରାମଦାୟକ ପରିବହନ ବ୍ୟବସ୍ଥା ହୋଇଛି। ସହରୀ ଯାତାୟତ ସେବାରେ ସଂସ୍କାର ଆଣିବାରେ ଆଦର୍ଶ ଭାବେ ଜାତୀୟ ସ୍ତରରେ ଏକ ମଡେଲ ।ବର୍ତ୍ତମାନ ୩୨ଟି ରୁଟ୍‌ରେ ଚଳାଚଳ କରୁଛି ମୋ ବସ୍। ୨୨୫ ଟି ବସ୍‌ରେ ଭୁବନେଶ୍ୱର, କଟକ, ଖୋର୍ଦ୍ଧା, ପିପିଲି, କୋଣାର୍କ ଓ ପୁରୀ ଭଳି ସହର ଦୈନିକ ହାରାହାରି ୧.୫ ଲକ୍ଷ ଯାତ୍ରୀ ଯାତାୟତ କରୁଛନ୍ତି ।ଏହି ସବୁ ବସ୍ ଗୁଡିକ ସୁ-ବ୍ୟବସ୍ଥିତ ପରିଚାଳନା ବ୍ୟବସ୍ଥା ମାଧ୍ୟମରେ ପରିଚାଳିତ ହେଉଛି ।ତେବେ ପରିବର୍ତ୍ତିତ ପରିସ୍ଥିତିରେ ଏଥିରେ ଖୁବ୍ ଶୀଘ୍ର ବ୍ୟାଟେରୀ ଚାଳିତ ବା ଇ-ବସ୍ ସାମିଲ୍ କରିବାକୁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।ସମୀକ୍ଷା ବିବରଣୀରୁ ପ୍ରକାଶ ଯେ ୨୦୧୯ ମସିହାରୁ ପ୍ରତି ବର୍ଷ ଦୈନିକ ଯାତ୍ରୀ ପରିବହନ ସଂଖ୍ୟା ବୃଦ୍ଧି ପାଇ ଚାଲିଥିବା ବେଳେ ରାଜସ୍ୱ ମଧ୍ୟ ବୃଦ୍ଧି ପାଇଛି ।ଇତି ମଧ୍ୟରେ ଯାତ୍ରୀମାନଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଇ – ରିକ୍ସା ସେବା ଆରମ୍ଭ କରାଯାଇଛି ।ଏହା ମାଧ୍ୟମରେ ଲୋକମାନେ ମୋ ବସ୍ ଷ୍ଟାଣ୍ଡ ପର୍ଯ୍ୟନ୍ତ ଆସି ବସ୍ ଧରି ନିଜ ଗନ୍ତବ୍ୟ ସ୍ଥଳିକୁ ଯାଇ ପାରିବେ ।ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ୨୦୦ ଯାତ୍ରୀ ଅପେକ୍ଷା ପାଇଁ ଆଶ୍ରୟ ସ୍ଥଳ ନିର୍ମାଣ କରାଯାଇଛି ।ପଟିଆ ଓ ଭଗବାନପୁରରେ ଅତ୍ୟାଧୁନିକ ବସ୍ ଡିପୋ ନିର୍ମିତ ହୋଇଥିବା ବେଳେ ଗାଡକଣ, ପୋଖରିପୁଟ ଓ ନରାଜ ଠାରେ ଡିପୋ କମ୍ ଅଫିସ୍ ନିର୍ମାଣ କାର୍ଯ୍ୟ ଚଲିିଛି ।କ୍ୟାପିଟାଲ ରିଜିଅନର ବିଭିନ୍ନ ଆଭ୍ୟନ୍ତରୀଣ ଅଂଚଳରେ ପ୍ରାୟ ୧୦୦ଟି ମିନି ବସ୍ ଚଳାଚଳ କରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ମନ୍ତ୍ରୀ ଶ୍ରୀ ଜେନା କହିଛନ୍ତି। ଆଗାମୀ ଦିରେ କିପରି ଏହାକୁ ଆହୁରି ଅଧିକ ବ୍ୟାପକ ଓ ସୁଦୃଢ କରାଯାଇ ପାରିବ ସେ ନେଇ ଉଦ୍ୟମ କରିବାକୁ ମନ୍ତ୍ରୀ ଶ୍ରୀ ଜେନା ପରାମର୍ଶ ଦେଇଛନ୍ତି । 


ଲୋକସେବା ଭବନସ୍ଥିତ ମନ୍ତ୍ରୀ ଶ୍ରୀ ଜେନାଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକରେ କ୍ରୁଟ୍‌ର ପରିଚାଳନା ନିର୍ଦ୍ଦେଶକ ସଞ୍ଜୟ କୁମାର ସିଂହ ଓ ଅନ୍ୟାନ୍ୟ ବିଭାଗୀୟ ପଦାଧିକାରୀ ମାନେ ଉପସ୍ଥିତ ଥିଲେ ।



https://socialnewsodiaofficial.blogspot.com