01-MAY-2022
📌
BY: SRINIBASH ROUT
ଦେବଗଡ଼ ବିଧାୟକ ସୁବାଷ ଚନ୍ଦ୍ର ପାଣିଗ୍ରାହୀ ଗିରଫ ।ଭୁବନେଶ୍ୱରରୁ ଗିରଫ କଲା ଦେବଗଡ଼ ପୋଲିସର ସ୍ୱତନ୍ତ୍ର ଟିମ୍ ।ଦେବଗଡ଼ ଜିଲ୍ଲା ତିଳେଇବଣିରେ ବିଡ଼ିଓଙ୍କୁ ଆକ୍ରମଣ ଅଭିଯୋଗରେ ଗିରଫ ହେଲେ ବିଜେପି ବିଧାୟକ ।
ସୂଚନା ଅନୁସାରେ ବିଜେପି ବିଧାୟକ ସୁବାସ ପାଣିଗ୍ରାହୀ ଦେବଗଡ଼ ଜିଲ୍ଲା ତିଳେଇବଣି ବିଡିଓଙ୍କୁ ଆକ୍ରମଣ କରିଥିଲେ ।ବିଡ଼ିଓ ଶ୍ରୀ ଦଳପତି ଗତକାଲି ଅର୍ଥାତ୍ ଶନିବାର ୩୦ ତାରିଖ ଛେପିଲିପାଲି ପଞ୍ଚାୟତ ଅନ୍ତର୍ଗତ ଭାଲିଆଗୁଡ଼ି ଗାଁକୁ ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଏକ ଯୁଗ୍ମ ତଦନ୍ତରେ ଯାଇଥିବା ବେଳେ ଆକ୍ରମଣ କରିଥିଲେ ବିଧାୟକ ।ସେହି ସମୟରେ ବିଡ଼ିଓଙ୍କ ସହ ତହସିଲଦାର ଓ ଜିଆରଏସ୍ ଉପସ୍ଥିତ ଥିଲେ ।ଭାଲିଆଗୁଡ଼ି ଗାଁରେ ବିଡ଼ିଓ କୃଷ୍ଣଚନ୍ଦ୍ର ଦଳପତିଙ୍କୁ ବିଜେପି ଦଳ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀଙ୍କ ସହ ତାଙ୍କ ସହଯୋଗୀ ଆକ୍ରମଣ କରିଥିବା ଅଭିଯୋଗ ହୋଇଥିଲା। ୧୦ରୁ ଅଧିକ ବିଜେପି କର୍ମୀଙ୍କ ଆକ୍ରମଣରେ ବିଡ଼ିଓ ଆହତ ହୋଇ ଡ଼ାକ୍ତରଖାନାରେ ଭର୍ତ୍ତି ହୋଇଥିଲେ ।ପ୍ରାଥମିକ ଚିକିତ୍ସା ପରେ ବିଡ଼ିଓ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହେବା ସହିତ ଥାନାରେ ଏନେଇ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ଆଜି ଅର୍ଥାତ୍ ରବିବାର ୦୧ ତାରିଖ କାର୍ଯ୍ୟାନୁଷ୍ଠାନ ସ୍ୱରୂପ ପୋଲିସ ବିଧାୟକ ଓ ତାଙ୍କର ଦୁଇ ସହଯୋଗୀଙ୍କୁ ଗିରଫ କରିଛି।
ବିଡ଼ିଓଙ୍କ କହିବା ଅନୁସାରେ ଶନିବାର ଭାଲିଆଗୁଡ଼ି ଗାଁରେ ଥିବା ବେଳେ ଦିନ ସାଢ଼େ ୧୦ଟାରୁ ୧୨ ମଧ୍ୟରେ ତିନୋଟି ନମ୍ବର ରୁ ତାଙ୍କ ମୋବାଇଲ୍ ଫୋନକୁ କଲ୍ ଆସିଥିଲା।ତାଙ୍କୁ ବିଧାୟକ ଦେଖା କରିବାକୁ ଚାହୁଁଛନ୍ତି ବୋଲି କୁହାଯାଇଥିଲା। ତେବେ ସେ କାମ ସାରି ବିଧାୟକଙ୍କୁ ସାକ୍ଷାତ କରିବେ ବୋଲି କହିଥିଲେ। କିନ୍ତୁ କିଛି ସମୟ ପରେ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ତାଙ୍କର କିଛି ସହଯୋଗୀଙ୍କ ସହିତ ଭାଲିଆଗୁଡ଼ି ଗାଁରେ ପହଞ୍ଚିଥିଲେ। ସେମାନେ ସେଠାରେ ବିଡ଼ିଓଙ୍କୁ ଅତର୍କିତ ଭାବେ ଆକ୍ରମଣ କରିଥିଲେ। ତା’ ସହିତ ଅଶ୍ଲୀଳ ଭାଷାରେ ଗାଳି ଗୁଲଜ କରିଥିଲେ।
https://socialnewsodiaofficial.blogspot.com
0 Comments