05/June/2022
📌
BY: SRINIBASH ROUT
ନବୀନଙ୍କ ନୂଆ ଟିମ୍। ଶପଥ ନେଲେ ୨୧ ମନ୍ତ୍ରୀ। ଆଜି ଅର୍ଥାତ୍ ରବିବାର ୦୫ ତାରିଖ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ୱାରା ଗଠନ ହୋଇଥିବା ନୂତନ ମନ୍ତ୍ରୀ ମଣ୍ଡଳରେ ୨୧ ଜଣ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି ।ସେମାନଙ୍କ ମଧ୍ୟରୁ ୧୩ ଜଣ କ୍ୟାବିନେଟ ମନ୍ତ୍ରୀ ଥିବାବେଳେ ୮ଜଣ ରାଜ୍ୟ ମନ୍ତ୍ରୀ(ସ୍ୱାଧୀନ ଦାୟିତ୍ୱରେ) ଅଛନ୍ତି ।ରାଜ୍ୟ ସଚିବାଳୟ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ରାଜ୍ୟପାଳ ପ୍ରଫେସର ଗଣେଶି ଲାଲଙ୍କ ଉପସ୍ଥିତିରେ ଶପଥ ଗ୍ରହଣ ସମାରୋହ ଆୟୋଜିତ ହୋଇଥିଲା ।ତେବେ ଶପଥ ଗ୍ରହଣ କରିଥିବା କ୍ୟାବିନେଟ ମନ୍ତ୍ରୀମାନେ ହେଲେ- ନିରଞ୍ଜନ ପୂଜାରୀ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ପ୍ରମିଳା ମଲ୍ଲିକ, ଉଷା ଦେବୀ, ପ୍ରଫୁଲ୍ଲ କୁମାର ମଲ୍ଲିକ, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସଚୀ ନାୟକ, ପ୍ରଦୀପ କୁମାର ଅମାତ, ନବ କିଶୋର ଦାସ, ଅଶୋକ ଚନ୍ଦ୍ର ପଣ୍ଡା, ଟୁକୁନି ସାହୁ, ରାଜେନ୍ଦ୍ର ଢ଼ୋଲକିଆ ଓ ଜଗନ୍ନାଥ ସାରକା ।ସେହିପରି ଶପଥ ନେଇଥିବା ରାଜ୍ୟମନ୍ତ୍ରୀ ହେଲେ- ସମୀର ରଞ୍ଜନ ଦାଶ, ଅଶ୍ୱିନୀ କୁମାର ପାତ୍ର, ପ୍ରୀତିରଞ୍ଜନ ଘଡ଼େଇ, ଶ୍ରୀକାନ୍ତ ସାହୁ, ତୁଷାରକାନ୍ତି ବେହେରା, ରୋହିତ ପୂଜାରୀ, ରୀତା ସାହୁ ଓ ବାସନ୍ତି ହେମ୍ବ୍ରମ ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୂଆ ମନ୍ତ୍ରିମଣ୍ଡଳରେ ଦୁଇଜଣଙ୍କୁ ନିଜର ପୂର୍ବ ବିଭାଗରେ ଦାୟିତ୍ବ ଦିଆଯାଇଛି ।ସେମାନେ ହେଲେ ସ୍କୁଲ୍ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାଶ ଓ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ।ସେପଟେ ପୂର୍ବରୁ ବିବାଦରେ ଛନ୍ଦି ହୋଇ ରହିଥିବା ମନ୍ତ୍ରୀଙ୍କୁ ମନ୍ତ୍ରୀମଣ୍ଡଳରୁ ବିଦା କରିଛନ୍ତି ମୁଖ୍ୟମନ୍ତ୍ରୀ ।
https://socialnewsodiaofficial.blogspot.com
0 Comments