26/September/2022
📌
BY: SRINIBASH ROUT
ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ସଂଲଗ୍ନ ଆନ୍ଧ୍ରପ୍ରଦେଶ ଉପକୂଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ପ୍ରଭାବରେ ଉପକୂଳବର୍ତ୍ତୀ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।ଆସନ୍ତା ୨୯ରୁ ୪ ତାରିଖ ମଧ୍ୟରେ ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।କୋରାପୁଟ, ଗଞ୍ଜାମ, ଗଜପତି, ରାୟଗଡା, କେନ୍ଦୁଝର ଏବଂ ମୟୂରଭଞ୍ଜକୁ ୟେଲୋ ଆଲର୍ଟ ଜାରି ହୋଇଛି ।ରାଜ୍ୟରେ ୭୦ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି ।ଉପକୂଳ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶା ପ୍ରଭାବିତ ହେବ ।ତାପମାତ୍ରା ବୃଦ୍ଧି ସହ ବାୟୁମଣ୍ଡଳରେ ଆର୍ଦ୍ରତା ବଢ଼ିବ ବୋଲି ପୂର୍ବାନୁମାନ କରାଯାଇଛି । ସମୁଦ୍ର ପତ୍ତନଠାରୁ ୧.୫ରୁ ୪.୫ କି.ମି ଉଚ୍ଚତା ମଧ୍ୟରେ ବାୟୁମଣ୍ଡଳରେ ଏକ ନିମ୍ନଚାପ ରେଖା ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରୁ ବାହାରି ଉତ୍ତର ଓଡ଼ିଶା, ଉତ୍ତର-ଛତିଶଗଡ଼ ଓ ପୂର୍ବ ମଧ୍ୟପ୍ରଦେଶ ଦେଇ ଉତ୍ତରପଶ୍ଚିମ ମଧ୍ୟପ୍ରଦେଶ ଯାଏ ଲମ୍ବିଛି।
https://socialnewsodiaofficial.blogspot.com
0 Comments